ଆସିକା,୩୧ା୮(ଡି.ଏନ.ଏ.)-ଆସିକା ଥାନା କର୍ପୂରନୂଆଗଁା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକ ଗୁରୁତର ହୋଇଥିଲେ। ଆହତ ଜଣକ ସେହି ଗ୍ରାମର ଜିଲୁ ପଟ୍ଟନାୟକ। ଜିଲୁ ଏକ କଟରକୁ ବିଦ୍ୟୁତ୍ ସଂଯୋଗ କରୁଥିବାବେଳେ ବିଦ୍ୟୁତ୍ ଆଘାତ ପାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ଲାଗି ଆସିକା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ପିତା ଯୋଗେନ୍ଦ୍ର ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ଆସିକା ଥାନାରେ ନଂ.୨୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ଅପରପକ୍ଷେ ମୃତଦେହ ବ୍ୟବଛେଦ ଲାଗି ପୋଷ୍ଟମର୍ଟମ ରୁମ୍କୁ ନିଆଯାଇଥିଲା। ତେବେ ମୃତକଙ୍କ ସମ୍ପର୍କୀୟ ଜିଲୁ ବିଞ୍ଚତ୍ଥିବା ସନ୍ଦେହ କରି ସେଠାରୁ ବାଇକରେ ଧରି ବ୍ରହ୍ମପୁର ବଡମେଡିକାଲକୁ ନେଇଯାଇଥିବା ଜଣାପଡିଛି।
ଘଟଣା ସମ୍ପର୍କରେ ଆସିକା ସରକାରୀ ଡାକ୍ତରଖାନାର ଚିକିତ୍ସାଧିକାରୀ ଡାକ୍ତର ଦୀପକ କୁମାର ସାମନ୍ତରାଙ୍କୁ ପଚାରିବାରୁ ସେ କହିଲେ ଯେ, ସମ୍ପୃକ୍ତ ଯୁବକଙ୍କୁ ପ୍ରଥମେ ଡାକ୍ତରଖାନାର ଜଣେ ମହିଳା ଡାକ୍ତର ଦେଖିଥିବାବେଳେ ପରବର୍ତ୍ତୀ ଅବସ୍ଥାରେ ସେ ନିଜେ ଦେଖି ମୃତ ଘୋଷଣା କରିଥିଲେ। ତେବେ ମୃତକଙ୍କ ଆତ୍ମୀୟ ଜୋର୍ ଜବରଦସ୍ତ ମୃତଦେହ ନେଇଯାଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…
ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍ ଋଦ୍ଦ ଦାବି
ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…
ଯାତ୍ରୀବାହୀ ବସ୍କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…
ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…
କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ
ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…
୪୦ ଫୁଟ୍ ତଳକୁ ଖସିଲା OSRTC ବସ୍: ୨୪ଯାତ୍ରୀ ଆହତ, ଜଣେ ମୃତ
ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…
କେମୋଥେରାପିରେ ସୀମିତ କ୍ୟାନ୍ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା
ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…
ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…
ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…
ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ
ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…
Archives

