ଅନୁଗୋଳ ଅଫିସ, ୨୨।୬ – ଗୁରୁବାର ରାତିରେ ବର୍ଷା ଯୋଗୁ ଅନୁଗୋଳ ଡେଲିମାର୍କେଟ ପରିସରରେ ପାଣି ଜମି ରହିଥିଲା। ଶୁକ୍ରବାର ଏହାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟକୁ ଛଡ଼ାଯିବାରୁ ନୂତନ ଶବ ବ୍ୟବଚ୍ଛେଦ ଗୃହରେ ପାଣି ପଶି ଯାଇଥିଲା। ଏ ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହେବା ପରେ ସେ ଘଟଣାସ୍ଥଳକୁ ଉପଜିଲାପାଳ ବାସୁଦେବ ଶତପଥୀଙ୍କୁ ତଦାରଖ ପାଇଁ ପଠାଇଥିଲେ। ଉପଜିଲାପାଳ ପୌରପାଳିକା ଏମ୍ଇ ଓ ଆରଆଣ୍ଡବିର ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ଧରି ଘଟଣାସ୍ଥଳକୁ ଯିବା ପରେ ପୌରପାଳିକା ଏମ୍ଇଙ୍କ ନିର୍ଦ୍ଦେଶରେ ପାଣି ଡାକ୍ତରଖାନା ପରିସରକୁ ଛଡ଼ାଯାଇଥିବା ଜାଣି ଅସନ୍ତୋଷ ପ୍ରକାଶ କରିଥିଲେ। ଏମ୍ଇଙ୍କ ଉପରେ ଉପଜିଲାପାଳ ବିରକ୍ତି ହେବା ସହ ତୁରନ୍ତ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆର ଆଣ୍ଡ ବି ପକ୍ଷରୁ ମେଡିକାଲ ପରିସରରେ କାର୍ଯ୍ୟ ଚାଲୁଥିବାରୁ ଏକ ଅସ୍ଥାୟୀ ଡ୍ରେନ କରାଯାଇ ମାଛ ମାର୍କେଟକୁ ଡେଲି ମାର୍କେଟ ପାଣି ଛଡ଼ାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଏ ନେଇ ୮୦ ଲକ୍ଷ ଟଙ୍କାର ଟେଣ୍ଡର ମଧ୍ୟ କରାଯିବ ବୋଲି ପୌରପ୍ରଶାସନ ପକ୍ଷରୁ କୁହାଯାଇଛି। ଏହାପରେ ଡେଲି ମାର୍କେଟ ପରିଦର୍ଶନରେ ଉପଜିଲାପାଳ ଯାଇଥିଲେ। ସେଠାରେ ମଧ୍ୟ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ଥିବାବେଳେ ବ୍ୟବସାୟୀଙ୍କ ପାଇଁ ହୋଇଥିବା ଗୃହଗୁଡ଼ିକ ବେହାଲ ହୋଇପଡ଼ିଥିବା ଦେଖିବାକୁ ପାଇଥିଲେ। ତୁରନ୍ତ ଏହାର ମରାମତି କରିବା ସହ ସୁସ୍ଥ ବାତାବରଣ ସୃଷ୍ଟି କରିବାକୁ ଉପଜିଲାପାଳ ଶତପଥୀ ପୌରପାଳିକା ଏମ୍ଇଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବର୍ତ୍ତମାନ ଅସ୍ଥାୟୀ ଡ୍ରେନ୍ରେ ମେଡିକାଲ ଦେଇ ଡେଲି ମାର୍କେଟ ପାଣି ମାଛ ମାର୍କେଟକୁ ଯିବାର ବ୍ୟବସ୍ଥା ହୋଇଥିବାବେଳେ ପରେ ଅଣ୍ଡରଗ୍ରାଉଣ୍ଡ ଡ୍ରେନ କରାଯିବାର ବ୍ୟବସ୍ଥା ରହିଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…
ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
Archives


