ବ୍ୟବଚ୍ଛେଦ ପରେ ପୋତାଗଲା ମୃତ ତିମି

ବ୍ରହ୍ମଗିରି, ୧।୨(ଡି. ଏନ୍‌.ଏ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସାନପାଟଣା ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ମୃତଦେହକୁ ଶୁକ୍ରବାର ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି। ବ୍ରହ୍ମଗିରି ମଣ୍ଡଳ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ମଳୟ କୁମାର ମିଶ୍ର ମୃତ ତିମିକୁ ବ୍ୟବଚ୍ଛେଦ କରିଥିଲେ। ପରେ ବନବିଭାଗ କର୍ମଚାରୀଙ୍କ ସମେତ ସ୍ଥାନୀୟ ଲୋକେ ସମୁଦ୍ର କୂଳରୁ କିଛି ଦୂରରେ ବାଲିରେ ଗାତ ଖୋଳି ତାହାକୁ ପୋତିଥିଲେ। ଏହି ସମୟରେ ବାଲୁଗାଁ ଏସିଏଫ ଶରତ କୁମାର ମିଶ୍ର, ବ୍ରହ୍ମଗିରି ବିଭିଓ ମଳୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ମୃତ ତିମି ଯେପରି ବାଲିରେ ଶୀଘ୍ର ନଷ୍ଟ ହୋଇଯିବ ସେଥିଲାଗି ମୃତଦେହ ଉପରେ ବ୍ଲିଚିଂ ପାଉଡର ସମେତ କିଛି ଔଷଧ ସିଞ୍ଚନ କରାଯାଇଛି। ତିମି ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ରେଞ୍ଜ ଅଧିକାରୀ ସାନସ କୁମାର ମହାପାତ୍ର କହିଛନ୍ତି। ସୂଚନାଯୋଗ୍ୟ, ସାନପାଟଣା ସମୁଦ୍ର କୂଳରେ ଗୁରୁବାର ଅପରାହ୍ନରେ ୩୩ ଫୁଟ ଲମ୍ବର ଏକ ତିମି ମାଛ ମରି ଭାସୁଥିବା ସ୍ଥାନୀୟ ମତ୍ସ୍ୟଜୀବୀ ଦେଖିବାକୁ ପାଇଥିଲେ। ଏ ସମ୍ପର୍କରେ ସେମାନେ ବନ ବିଭାଗକୁ ଜଣାଇଥିଲେ। ତିମିଟି ପଚି ନଷ୍ଟ ହୋଇଯାଇଥିବାବେଳେ ଏହାକୁ ସାତପଡ଼ା ବନବିଭାଗ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri