ବ୍ୟବଚ୍ଛେଦ ପୂର୍ବରୁ ପୁଣି ମୃତଦେହରେ କ୍ଷତ ନେଇ ବିବାଦ:ମେଡିକାଲ ପରିସରରେ ଚାପା ଉତ୍ତେଜନା

ଅନୁଗୋଳ ଅଫିସ, ୧୩।୮

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରେ କ୍ଷତ ନେଇ ସୋମବାର ମେଡିକାଲ ପରିସରରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ମୃତଦେହ ସଂରକ୍ଷଣରେ କର୍ତ୍ତୃପକ୍ଷଙ୍କ ଏପରି ଅବହେଳା ନେଇ ପରିବାର ଲୋକେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିବା ସହ ବ୍ୟବଚ୍ଛେଦ ପାଇଁ ମୃତଦେହ ଛାଡ଼ି ନ ଥିଲେ। ତେବେ ଘଟଣାସ୍ଥଳରେ ଅନୁଗୋଳ ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ଘଟଣାରୁ ପ୍ରକାଶ ଯେ, ଅନୁଗୋଳ ସହର ଉପକଣ୍ଠ କୁମଣ୍ଡ ଅଞ୍ଚଳର ଜିତେନ୍ଦ୍ର ବେହେରାଙ୍କୁ ନିକଟସ୍ଥ ନାଳରୁ ଉଦ୍ଧାର କରି ପରିବାର ଲୋକେ ରବିବାର ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୋମବାର ବ୍ୟବଚ୍ଛେଦ ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ମୃତଦେହ ଏକ କଫିନ୍‌ରେ ରଖାଯାଇଥିଲା। କିନ୍ତୁ ସକାଳେ ବ୍ୟବଚ୍ଛେଦ ପାଇଁ ବାହାର କରାଯିବା ବେଳେ ମୃତଦେହର ପେଟ, ଆଖି ତଳେ ସାମାନ୍ୟ ଖଣ୍ଡିଆ ସହ ଗାଲ ଓ ବେକରୁ ଚମଡ଼ା ଉଠିଯାଇଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ଏହାକୁ ନେଇ ମେଡିକାଲ ପରିସରରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ଏପରି କି ପରିବାର ଲୋକେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଛାଡ଼ି ନ ଥିଲେ। ଘଟଣାସ୍ଥଳକୁ ମେଡିକାଲର କୌଣସି ଅଧିକାରୀ ଆସି ନ ଥିବା ବେଳେ ପୋଲିସ ପହଞ୍ଚି ବୁଝାଶୁଝା କରି ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିଲା। ସୂଚନାଯୋଗ୍ୟ ଯେ, ଗତ ମାସ ୧୯ ତାରିଖରେ ଜଣେ ଶିଶୁକନ୍ୟା ଓ ଅନ୍ୟ ଏକ ମୃତଦେହର ବ୍ୟବଚ୍ଛେଦ ପୂର୍ବରୁ ଆଖି ଗାଏବ ଅଭିଯୋଗକୁ ନେଇ ଅନୁଗୋଳ ମେଡିକାଲ ବେଶ୍‌ ଚର୍ଚ୍ଚାରେ ଥିଲା। ଏ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ତେବେ ଅନୁଗୋଳ ପୋଲିସ ପକ୍ଷରୁ କୁହାଯାଇଛି ଯେ, ମୃତଦେହରେ କ୍ଷତକୁ ନେଇ ପରିବାର ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri