ବ୍ୟବଚ୍ଛେଦ ପୂର୍ବରୁ ପୁଣି ମୃତଦେହରେ କ୍ଷତ ନେଇ ବିବାଦ:ମେଡିକାଲ ପରିସରରେ ଚାପା ଉତ୍ତେଜନା

ଅନୁଗୋଳ ଅଫିସ, ୧୩।୮

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରେ କ୍ଷତ ନେଇ ସୋମବାର ମେଡିକାଲ ପରିସରରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ମୃତଦେହ ସଂରକ୍ଷଣରେ କର୍ତ୍ତୃପକ୍ଷଙ୍କ ଏପରି ଅବହେଳା ନେଇ ପରିବାର ଲୋକେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିବା ସହ ବ୍ୟବଚ୍ଛେଦ ପାଇଁ ମୃତଦେହ ଛାଡ଼ି ନ ଥିଲେ। ତେବେ ଘଟଣାସ୍ଥଳରେ ଅନୁଗୋଳ ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।
ଘଟଣାରୁ ପ୍ରକାଶ ଯେ, ଅନୁଗୋଳ ସହର ଉପକଣ୍ଠ କୁମଣ୍ଡ ଅଞ୍ଚଳର ଜିତେନ୍ଦ୍ର ବେହେରାଙ୍କୁ ନିକଟସ୍ଥ ନାଳରୁ ଉଦ୍ଧାର କରି ପରିବାର ଲୋକେ ରବିବାର ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୋମବାର ବ୍ୟବଚ୍ଛେଦ ନିମନ୍ତେ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ମୃତଦେହ ଏକ କଫିନ୍‌ରେ ରଖାଯାଇଥିଲା। କିନ୍ତୁ ସକାଳେ ବ୍ୟବଚ୍ଛେଦ ପାଇଁ ବାହାର କରାଯିବା ବେଳେ ମୃତଦେହର ପେଟ, ଆଖି ତଳେ ସାମାନ୍ୟ ଖଣ୍ଡିଆ ସହ ଗାଲ ଓ ବେକରୁ ଚମଡ଼ା ଉଠିଯାଇଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ଏହାକୁ ନେଇ ମେଡିକାଲ ପରିସରରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ଏପରି କି ପରିବାର ଲୋକେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଛାଡ଼ି ନ ଥିଲେ। ଘଟଣାସ୍ଥଳକୁ ମେଡିକାଲର କୌଣସି ଅଧିକାରୀ ଆସି ନ ଥିବା ବେଳେ ପୋଲିସ ପହଞ୍ଚି ବୁଝାଶୁଝା କରି ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିଲା। ସୂଚନାଯୋଗ୍ୟ ଯେ, ଗତ ମାସ ୧୯ ତାରିଖରେ ଜଣେ ଶିଶୁକନ୍ୟା ଓ ଅନ୍ୟ ଏକ ମୃତଦେହର ବ୍ୟବଚ୍ଛେଦ ପୂର୍ବରୁ ଆଖି ଗାଏବ ଅଭିଯୋଗକୁ ନେଇ ଅନୁଗୋଳ ମେଡିକାଲ ବେଶ୍‌ ଚର୍ଚ୍ଚାରେ ଥିଲା। ଏ ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ। ତେବେ ଅନୁଗୋଳ ପୋଲିସ ପକ୍ଷରୁ କୁହାଯାଇଛି ଯେ, ମୃତଦେହରେ କ୍ଷତକୁ ନେଇ ପରିବାର ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri