ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ୩ ଭାଇ ଗଲେ ଜେଲ

ଦିଗପହଣ୍ଡି୨୮।୫(ଡି.ଏନ୍‌.ଏ.): ଦିଗପହଣ୍ଡି ପୋଲିସ ମଙ୍ଗଳବାର ଚକପଡ଼ା ଗ୍ରାମର ୩ ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ରଘୁନାଥ ପ୍ରଧାନ, ସୀତାରାମ ଓ ଶିବରାମ। ଅଭିଯୁକ୍ତଙ୍କୁ କେସ ନଂ. ୧୦୦/ ୧୯ରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣରେ କୋର୍ଟଚାଲାଣ କରାଯାଇଛି। ତେବେ ସେଠାରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍‌ଜେଲକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଗତ ରବିବାର ଅଭିଯୁକ୍ତ ୩ ଭାଇ ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ରକରି ଚକପଡ଼ା ଗ୍ରାମର କୁରେଶୁ ସାହୁଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। କୁରେଶୁ ନୃସିଂହ ମନ୍ଦିର ପାଖରେ ଛିଡା ହୋଇ ତାଙ୍କ ଡ୍ରାଇଭର ସହିତ କଥା ହେଉଥିବା ବେଳେ ୩ ଭାଇ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଜୀବନ ବିକଳରେ କୁରେଶୁ ଦୌଡି ପଳାଇ ଯାଇଥିଲେ। ଏ ନେଇ ସେ ସୋମବାର ଦିଗପହଣ୍ଡି ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri