ବ୍ୟବସାୟୀ ରାକେଶ ହତ୍ୟାକାଣ୍ଡର ପର୍ଦ୍ଦାଫାସ:ପୁଅ ମୁଖ୍ୟ ଅଭିଯୁକ୍ତ

ବାଲିଆପାଳ, ୨୪।୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନାର ଟାଙ୍ଗରପିଟା ଗ୍ରାମରେ ଗତ ମାସ ୨୫ତାରିଖ ରାତିରେ କେତେଜଣ ଦୃର୍ବୁତ୍ତ ରାକେଶ ଚୌଧୁରୀ ନାମକ ଜଣେ କ୍ଷୀର ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା କରି ଫେରାର ହୋଇଯାଇଥିଲେ। ଏହି ହତ୍ୟାକାଣ୍ଡର ରହସ୍ୟ ମଙ୍ଗଳବାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ପୋଲିସ ତାଙ୍କ ପୁଅ ଅନୁଜ କୁମାର ଚୌଧୁରୀ ଓରଫ୍‌ ଗୁଡୁଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ବାଲିଆପାଳରୁ ଜଣେ ସହଯୋଗୀଙ୍କୁ ଗିରଫ କରାଯାଇଥିବା ବେଳେ ଗୁଡୁ ଓ ଅନ୍ୟ ଜଣଙ୍କୁ ଉତ୍ତରପ୍ରଦେଶରୁ ଗିରଫ କରାଯାଇଛି। ଏ ସମ୍ପର୍କରେ ବସ୍ତା ଏସ୍‌ଡ଼ିପିଓ ଓ ବାଲିଆପାଳ ଆଇଆଇସି ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ ରାକେଶ ଚୌଧୁରୀ ଉତ୍ତରପ୍ରଦେଶର ବୁଲନ୍ଦସହର ଜିଲାର ମୂଳ ବାସିନ୍ଦା। ସେ ୨୦୦୬ରେ ଟାଙ୍ଗରପିଟା ଗ୍ରାମର ଆରତୀଙ୍କୁ ଦ୍ୱିତୀୟ ବିବାହ କରି ୨୦୧୩ରୁ ରହି ଆସୁଥିଲେ। ଏଠାରେ ସେ କ୍ଷୀର ବ୍ୟବସାୟ କରୁଥିଲେ। ରାକେଶ ଉତ୍ତରପ୍ରଦେଶରେ ନିଜ ନାମରେ ଥିବା ଜମିବାଡି ବିକ୍ରି କରି ପ୍ରାୟ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଏଠାକୁ ଆସିଥିଲେ। ତାଙ୍କର ପ୍ରଥମ ସ୍ତ୍ରୀ ଏବଂ ପିଲା ଛୁଆଙ୍କ କଥା କିଛି ବୁଝୁ ନ ଥିଲେ କିମ୍ବା ଜମିବାଡ଼ି ବିକ୍ରି କରିଥିବା ଟଙ୍କାରୁ କିଛି ଅଂଶ ମଧ୍ୟ ଦେଇ ନ ଥିଲେ। ଏଥିରେ ରାକେଶଙ୍କର ପ୍ରଥମ ସ୍ତ୍ରୀଙ୍କ ପୁଅ ଗୁଡୁ ପ୍ରତିଶୋଧ ପରାୟଣ ହୋଇ ହତ୍ୟା ପାଇଁ ଯୋଜନା କରିଥିଲେ। ଗୁଡୁ ତାଙ୍କ ସହଯୋଗୀ ରାଜସ୍ଥାନର ପ୍ରବୀନ ଅଗ୍ରୱାଲ ଏବଂ ବୁଲନ୍ଦସହରର ଯଶରାଜ ଚୌଧୁରୀଙ୍କ ସହ ଏକ କାରରେ ବାଲିଆପାଳ ଆସି ବିଭିନ୍ନ ଲଜ୍‌ରେ ରହି ହତ୍ୟା ପାଇଁ ଯୋଜନା କରିଥିଲେ। ଗତ ମାସ ୨୫ ତାରିଖ ସନ୍ଧ୍ୟାରେ ସେମାନେ ଟାଙ୍ଗରପିଟା ନିକଟରେ ଅପେକ୍ଷା କରି ରହିଥିଲେ। ଯେତେବେଳେ ରାକେଶ ବାଇକ୍‌ରେ କ୍ଷୀର ଦେଇ ଘରକୁ ଫେରୁଥିଲେ ସେମାନେ ତାଙ୍କୁ ରାସ୍ତାରେ ଅଟକାଇ ପୁଅ ଗୁଡୁ ରାକେଶଙ୍କୁ ଗୁଳି କରି ହତ୍ୟା କରିଥିଲେ। ଏହାପରେ ସେମାନେ କାର୍‌ରେ ଫେରାର ହୋଇଯାଇଥିଲେ। ବାଲିଆପାଳ ପୋଲିସ ଏକ ମାମଲା (ନଂ.୧୧୭/୧୯) ରୁଜୁ କରି ତଦନ୍ତ କରୁଥିଲା। ବାଲିଆପାଳ ଥାନା ଅଧିକାରୀ ପ୍ରଭୁକଲ୍ୟାଣ ଆଚାର୍ଯ୍ୟଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ ଉତ୍ତରପ୍ରଦେଶ ଯାଇ ଗୁଡୁଙ୍କ ସହଯୋଗୀ ପ୍ରବୀନ୍‌ ଅଗ୍ରୱାଲଙ୍କୁ ଗିରଫ କରିଥିଲେ। ଏହାପୂର୍ବରୁ ଉତ୍ତରପ୍ରଦେଶ ଜାହାଙ୍ଗିରପୁର ଥାନାଧିକାରୀ ପୁଅ ଗୁଡୁ ଏବଂ ଯଶରାଜଙ୍କୁ ଗତ ୨୩ତାରିଖରେ ଗିରଫ କରିବା ସହିତ ସେମାନେ ବ୍ୟବହାର କରିଥିବା ବନ୍ଧୁକକୁ ଜବତ କରିଥିଲେ। ଉଭୟଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଗୁଡୁ ଏବଂ ଯଶରାଜଙ୍କୁ ରିମାଣ୍ଡରେ ଆଣିବା ପାଇଁ ଖୁବଶୀଘ୍ର ବାଲିଆପାଳ ପୋଲିସର ଏକ ଦଳ ଉତ୍ତରପ୍ରଦେଶ ଯିବ ବୋଲି ଏସ୍‌ଡ଼ିପିଓ ରଣଜିତ ପୃଷ୍ଟି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 Mini Auction: ୩୫୦ରୁ ଅଧିକ ଖେଳାଳି, ୭୭ସ୍ଲଟ, KKR-CSK ନିକଟରେ ସବୁଠାରୁ ବଡ଼ ବଜେଟ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅପରାହ୍ନ ୨ଟା ୩୦ ସମୟରେ ହେବାକୁ ଥିବା ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ...

National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ...

IPL 2026 ନିଲାମିର ଠିକ ପୂର୍ବରୁ BCCI କଲା ଫାଇନାଲ ଲିଷ୍ଟ, ସାମିଲ କଲା ଏହି ୧୯ ଖେଳାଳିଙ୍କୁ

ନୂଆଦିଲ୍ଲୀ,୧୬।୧୨: ମଙ୍ଗଳବାର IPL 2026 ନିଲାମ, ବା ମିନି-ନିଲାମ, ବହୁତ ରୋମାଞ୍ଚକର ହେବାକୁ ଯାଉଛି। କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗସର ମିଳିତ...

୪୦ ବର୍ଷ ପରେ ମହିଳାଙ୍କ କାହିଁକି ଅଧିକ କେଶ ଝଡ଼େ? ଜାଣନ୍ତୁ ପ୍ରତିକାର

ପୁରୁଷ ହେଉ କି ମହିଳା, କେଶ ଝଡ଼ିବା ଏକ ସାଧାରଣ ସମସ୍ୟା। ତଥାପି ୪୦ ବର୍ଷ ବୟସ ପରେ ମହିଳାମାନଙ୍କର କେଶ ଝଡ଼ିବାର ସମ୍ଭାବନା ଅଧିକ...

VIDEO: ଆତଙ୍କବାଦୀଙ୍କୁ କାବୁ କରିଥିବା ଅହମ୍ମଦଙ୍କୁ ‘ଅଷ୍ଟ୍ରେଲିଆର ପ୍ରକୃତ ହିରୋ’ ବୋଲି କହିଲେ ପ୍ରଧାନମନ୍ତ୍ରୀ ଆଲବାନିଜ୍‌

ସିଡନୀ,୧୬।୧୨: ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି...

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ...

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ...

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri