ବ୍ୟବହୃତ ରନ୍ଧନ ତୈଳର ପୁନର୍ବ୍ୟବହାର ନେଇ ସଚେତନତା

ପୁରୀ ଅଫିସ,୨ା୧୦: ବ୍ୟବହୃତ ରନ୍ଧନ ତୈଳକୁ ଗରମ କରି ଏହାକୁ ପୁନଃବ୍ୟବହାର କରିବା ପ୍ରାୟ ସମସ୍ତଙ୍କର ଏକ ଅଭ୍ୟାସ। ତେବେ ଏହାଦ୍ୱାରା ଲୋକେ ବିଭିନ୍ନ ପ୍ରକାର ରୋଗର ଶିକାର ହୋଇଥାନ୍ତି। ତେଣୁ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବୁଧବାର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟ ତତ୍ତ୍ବାବଧାନରେ ପୁରୀରେ ୪ଟି ଗାଡ଼ିି ଗଡ଼ିଛି। ବଡ଼ଦାଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଭାରତୀୟ ତୈଳ ନିଗମର ଓଡ଼ିଶା ଓ ଝାଡ଼ଖଣ୍ଡ ଷ୍ଟେଟ୍‌ ରିଟେଲ ହେଡ୍‌ ଦେବାଶିଷ ପାଲିତ ଏହି ଗାଡ଼ିିଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ମାଧ୍ୟମରେ ପରିବାର ଏବଂ ବିଜ୍‌ନେସ ଅପରେଟରମାନଙ୍କୁ ସୁସ୍ଥ ଭାରତ ଦିଗରେ ଆଗେଇବା ପାଇଁ ସଚେତନ କରାଯିବ। ପାଲିତ କହିଛନ୍ତି, ବ୍ୟବହୃତ ରନ୍ଧନ ତେଲରେ ସଫା ତେଲ ପକାଇ ଏହାକୁ ବାରମ୍ବାର ବ୍ୟବହାର କରାଯାଏ। ବେଳେ ବେଳେ ଏହି ପୋଡ଼ା ତେଲକୁ ରାସ୍ତାକଡ଼ର ବ୍ୟବସାୟୀ କିମ୍ବା ଘରୋଇ ଲୋକେ ସ୍ବେରେଜ ଓ ଡ୍ରେନରେ ପକାଇ ଦିଅନ୍ତି, ଯାହା ପରିବେଶକୁ ଦୂଷିତ କରେ। ଅନ୍ୟପକ୍ଷରେ ତେଲରେ ଟୋଟାଲ ପୋଲାର କମ୍ପାଉଣ୍ଡ (ଟିପିସି)ର ମାତ୍ରା ୨୫ପ୍ରତିଶତରୁ ଅଧିକ ହେଲେ ଏହା ଖାଦ୍ୟ ଉପଯୋଗୀ ହୋଇ ନ ଥାଏ। ଖାଦ୍ୟରେ ଟିପିସିର ମାତ୍ରା ଅଧିକ ହେଲେ ଏହା ଉଚ୍ଚ ରକ୍ତଚାପ, ଧମନୀ, କୋଷ୍ଠ କାଠିନ୍ୟ ଓ ଯକୃତ ଜନିତ ରୋଗ ଆଦିର କାରଣ ହୋଇପାରେ। ବ୍ୟବହୃତ ରନ୍ଧନ ତୈଳ ବାୟୋ ଡିଜେଲ ଉତ୍ପାଦନ ପାଇଁ ଏକ ପ୍ରମୁଖ କଞ୍ଚାମାଲ। ତେଣୁ ଏହାକୁ ବାୟୋ ଡିଜେଲ ଉତ୍ପାଦନରେ ବ୍ୟବହାର କରିବା ଲାଗି ବ୍ୟବସ୍ଥା କରାଯାଉଛି। ଏଥିପାଇଁ ଲୋକଙ୍କୁ ପ୍ରଥମେ ସଚେତନ କରାଯାଉଛି, ପରେ ଏହାକୁ ସଂଗ୍ରହ କରାଯିବ। କାର୍ଯ୍ୟକ୍ରମରେ ଭାରତ ପେଟ୍ରୋଲିୟମ୍‌ ଏଲ୍‌ପିଜିର ଓଡ଼ିଶା ଓ ଝାଡ଼ଖଣ୍ଡ ରାଜ୍ୟ ମୁଖ୍ୟ ସଞ୍ଜୟ ଶର୍ମା, ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାର ରାଜ୍ୟ ସଂଯୋଜକ ଅନ୍‌ମୋଲ ବାରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri