ବ୍ୟାଖ୍ୟାନ କେନ୍ଦ୍ର ବୁଲିଲେ କେନ୍ଦ୍ରମନ୍ତ୍ରୀ

କୋଣାର୍କ,୩୧ା୧୨(ଡି.ଏନ୍‌.ଏ.): ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାର ଆବଶ୍ୟକତା ରହିଛି। ପୁରୀ, କୋଣାର୍କ, ଚିଲିକା ଆଦି ଅଞ୍ଚଳକୁ ମିଶାଇ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ବନାଇବା ଦିଗରେ ସମସ୍ତେ ଉଦ୍ୟମ କରନ୍ତୁ। ଏହି କ୍ଷେତ୍ରର ବିକାଶ ହିଁ ରାଜ୍ୟର ଦ୍ରୁତ ପ୍ରଗତି ଆଣିବ ବୋଲି ସୋମବାର କୋଣାର୍କ ସ୍ଥିତ ବ୍ୟାଖ୍ୟାନ କେନ୍ଦ୍ର (ଇଣ୍ଟରପ୍ରିଟେସନ ସେଣ୍ଟର୍‌) ବୁଲି ଦେଖିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଇଣ୍ଡିଆନ ଅଏଲ ଫାଉଣ୍ଡେଶନ ପକ୍ଷରୁ ନିର୍ମିତ ବ୍ୟାଖ୍ୟାନ କେନ୍ଦ୍ର ପରିଦର୍ଶନ କରିଥିଲେ। ଇଣ୍ଡିଆନ ଅଏଲ ଫାଉଣ୍ଡେଶନର ମୁଖ୍ୟ କାର୍ଯ୍ୟନିର୍ବାହୀ ସୁବ୍ରତ କୁମାର ବର୍ମା କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ସେହିଭଳି କାକଟପୁର ନିର୍ବାଚନମଣ୍ଡଳୀ ଭାଜପା ପକ୍ଷରୁ କୋଣାର୍କ ଥାନା ଛକଠାରେ ପୂର୍ବତନ ବିଧାୟକ ରବୀନ୍ଦ୍ର ମଲ୍ଲିକଙ୍କ ନେତୃତ୍ୱରେ କେନ୍ଦ୍ରମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇଥିଲା। ଏହି ଗସ୍ତ ବେଳେ ରାଜ୍ୟ ଭାଜପା ମହିଳା ମୋର୍ଚ୍ଚାର ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ା, ପୂର୍ବତନ ବିଧାୟକ ବାଇଧର ମଲ୍ଲିକ, ପୁରୀ ଜିଲା ଭାଜପା ସଭାପତି ଆଶ୍ରିତ ପଟ୍ଟନାୟକ, ଜିଲା ଯୁବମୋର୍ଚ୍ଚା ଉପସଭାପତି ପ୍ରଦୀପ୍ତ ଛାଟୋଇ, ଭାଜପା ନେତା ସୁକାନ୍ତ ନାୟକ, ରାଜ୍ୟ ଭାଜପା ସମ୍ପାଦିକା ରାଜଲକ୍ଷ୍ମୀ ଦାଶ, ନୟାହାଟ ଭାଜପା ମଣ୍ଡଳ ସମ୍ପାଦକ ଜୟନ୍ତ ସେଠ, ଆଶାଲତା ରାଉତରାୟ, ରଣଜିତ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। କୋଣାର୍କ ଥାନା ଅଧିକାରୀ ସଞ୍ଜୀବ କୁମାର ପ୍ରଧାନଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri