ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଡକାୟତି ଉଦ୍ୟମ : ପୋଲିସ,ସାଇଣ୍ଟିଫିକ୍‌ ଟିମର ତନାଘନା ତଦନ୍ତ

ଆସିକା,୨୪ା୮(ଡି.ଏନ୍‌.ଏ.)- ଆସିକା – ଭଞ୍ଜନଗର ମୁଖ୍ୟରାସ୍ତାର ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁରଠାରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଶୁକ୍ରବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଛି। ରାତି ପ୍ରାୟ ସାଢେ ୧ଟାବେଳେ ଦୁର୍ବୃତ୍ତ ବ୍ୟାଙ୍କ ନିକଟରେ ଥିବା ଘରମାନଙ୍କରେ ବାହାରୁ ତାଲା ପକାଇ ବ୍ୟାଙ୍କ ପାଚେରୀ ଡେଇଁ ପଶିଥିଲେ। ବ୍ୟାଙ୍କ ମୁଖ୍ୟ ଫାଟକ ଗ୍ରୀଲ୍‌ ତାଲା କାଟିବା ସହ ବ୍ୟାଙ୍କ ଭିତରର ଅନ୍ୟ ଦୁଇଟି କୋଠରୀ ତାଲା କାଟି ବ୍ୟାଙ୍କରେ ପଶିଥିଲେ। ଦୁର୍ବୃତ୍ତ ବ୍ୟାଙ୍କର ସିସିଟିଭି, ସାଇରନ୍‌ ଓ କମ୍ପ୍ୟୁଟର ତାର କାଟି ସଂଯୋଗ ବିଛିନ୍ନ କରିବା ସହ ଟଙ୍କା ସୁନାଥିବା ଆଇରନ୍‌ ଚେଷ୍ଟ ଭାଙ୍ଗିବାକୁ ଉଦ୍ୟମ କରିଥିଲେ। ତେବେ ଏଥିରେ ବ୍ୟର୍ଥ ହେବାପରେ କାଗଜ ପତ୍ର ସବୁ ଫିଙ୍ଗି ଫେରାର୍‌ ହୋଇଯାଇଥିବା ଜଣାପଡିଛି। ଖବର ପାଇ ଗାଙ୍ଗପୁର ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନ, ଭଞ୍ଜନଗର ଏସ୍‌ଡିପିଓ ଶୁଭ୍ରାଶୁଂ ଶେଖର ମିଶ୍ର ବ୍ୟାଙ୍କ ଶାଖାରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ସିସିଟିଭି ଫୁଟେଜ୍‌ ଆଧାରରେ ୨ଜଣ ମୁଖାପିନ୍ଧା ଦୁର୍ବୃତ୍ତ ବ୍ୟାଙ୍କ ଭିତରେ ପଶିଥିବା ସ୍ପଷ୍ଟ ହୋଇଥିବାବେଳେ ସେମାନଙ୍କ ସହଯୋଗୀ ବାହାରେ ରହିଥିବା ପୋଲିସ ଅନୁମାନ କରିଛି। ଛତ୍ରପୁର ପୋଲିସ ମୁଖ୍ୟାଳୟରୁ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିବାବେଳେ ବ୍ୟାଙ୍କ ମ୍ୟାନେଜର୍‌ ମଧ୍ୟ ସ୍ଥିତି ଅନୁଧ୍ୟାନ କରିଛନ୍ତି। ତେବେ ବ୍ୟାଙ୍କର ଜମାଥିବା ଗ୍ରାହାକଙ୍କ ଟଙ୍କା ଓ ସୁନା ସୁରକ୍ଷିତ ଥିବା କୁହାଯାଇଛି।
ସୂଚନା ଯୋଗ୍ୟ ଯେ, ଜାନୁୟାରୀ ୧୦ରେ ଏହି ଥାନା ପାଇଲିପଡା ଗ୍ରାମରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ମଧ୍ୟ ଡକାୟତି ଉଦ୍ୟମ ହୋଇଥିଲା। ଦୁର୍ବୃତ୍ତ ଶାଖାର ଭେଣ୍ଟିଲେଟର ଦେଇ ବ୍ୟାଙ୍କ ଭିତରେ ପଶି ଲୁଟ୍‌ ଉଦ୍ୟମ କରି ବ୍ୟର୍ଥ ହେବାପରେ ଶାଖାରେ ନିଅଁା ଲଗାଇ ଫେରାର୍‌ ହୋଇଯାଇଥିଲେ। ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ଦୁର୍ବୃତ୍ତଙ୍କୁ ଠାବ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri