ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଭୁବନେଶ୍ୱରରୁ ଗିରଫ, କାର ଜବତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ଥିବା ଏକ ବ୍ୟାଙ୍କର ଜଣେ ଗ୍ରାହକଙ୍କ ଆକାଉଣ୍ଟରୁ ଫୋନ ପେ ଆପ୍‌ ମାଧ୍ୟମରେ ଟଙ୍କା ଗାଏବ ଘଟଣାର ପୋଲିସ ପର୍ଦ୍ଦାଫାଶ କରଛି। ଏହି ଠକେଇ ଘଟଣାରେ ଅଭିଯୁକ୍ତ ବାବୁଲ ମହାନ୍ତକୁ ଶୁକ୍ରବାର ଭୁବନେଶ୍ୱରରୁ ପୋଲିସ ଗିରଫ କରି ଯୋଡାକୁ ଆଣିଛି। ସେ ବ୍ୟବହାର କରୁଥିବା ଏକ କାର ଓ ମୋବାଇଲ ଫୋନକୁ ଜବତ କରାଯାଇଛି। ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ଏହି ସୂଚନା ଦେଇ କହିଛନ୍ତି, ଅଭିଯୁକ୍ତ ବାବୁଲ ମହାନ୍ତଙ୍କ ଘର ଝାଡଖଣ୍ଡ ରାଜ୍ୟ ସିଲି ଥାନା ଅନ୍ତର୍ଗତ ରଙ୍ଗାମାଟି ଗାଁରେ । ତାଙ୍କ ମା’ ଙ୍କ ଦେହାନ୍ତ ହେବା ପରେ ସେ ରାଉରକେଲାସ୍ଥିତ ଏକ ଅନାଥାଶ୍ରମରେ ରହୁଥିଲେ । ଅନାଥାଶ୍ରମର ଜଣେ ମହିଳା କର୍ମଚାରୀଙ୍କ ମନରେ ସେ ବିଶ୍ୱାସ ଜନ୍ମାଇ ତାଙ୍କ ସହ ପାରିବାରିକ ସମ୍ପର୍କ ସ୍ଥାପନ କରିଥିଲେ। ଏ ପରି କି ସେ ଝୁମ୍ପୁରା ଥାନା ଅନ୍ତର୍ଗତ ଗୁମୁରା ଅଞ୍ଚଳର ତାଙ୍କ ଘରକୁ ଯିବାଆସିବା କରୁଥଲେ। । ୨୦୧୫ରେ ବାବୁଲ ଅନାଥାଶ୍ରମରୁ ଲୁଚି ପଳାଇଯାଇଥିଲେ। କିନ୍ତୁ ସେ ଏହି ମହିଳା କର୍ମଚାରୀଙ୍କ ଘରକୁ ମଝିରେ ମଝିରେ ଯିବାଆସିବା କରୁଥିଲେ। ପାରିବାରିକ ସମ୍ପର୍କ ଥିବାରୁ ବାବୁଲ ତାଙ୍କ ପରିବାରର ଏଟିଏମ୍‌ କାର୍ଡ ନେଇ ଟଙ୍କା ଉଠାଣ କରିବା ସହ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟରେ ସାହାଯ୍ୟ କରୁଥିଲେ। ମହିଳା କର୍ମଚାରୀଙ୍କ ବାପାଙ୍କ ଆକାଉଣ୍ଟରେ ଲକ୍ଷାଧିକ ଟଙ୍କା ଥିବା ଜାଣି ସେ ତାଙ୍କ ଫୋନ ନମ୍ବର ଓ ବ୍ୟାଙ୍କ ସମ୍ବନ୍ଧୀୟ ତଥ୍ୟ ଚୋରି କରିନେଇଥିଲେ । ପରେ ସେ ‘ଫୋନ ପେ’ ଆପ୍‌ ମାଧ୍ୟମରେ ଯୋଡାସ୍ଥିତ ଏସବିଆଇ ବ୍ୟାଙ୍କ ଆକାଉଣ୍ଟରେ ଥିବା ତାଙ୍କର ୨ଲକ୍ଷ ୪୦ ହଜାର ଟଙ୍କା ଗାଏବ କରି ନେଇଥିଲେ। ଆକାଉଣ୍ଟରୁ ଟଙ୍କା ଗାଏବ ଘଟଣା ଜଣାପଡିବା ପରେ ସମ୍ପୃକ୍ତ ପରିବାର ଯୋଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ ା ଏନେଇ ପୋଲିସ ଏକ ମାମଲା ( ନଂ. ୨୨୪/୨୦।୧୨।୨୦୧୯) ରୁଜୁ କରି ତଦନ୍ତ ଜାରି ରଖିଥିଲା। ଠକେଇ ଘଟଣାର ରହସ୍ୟ ଜାଣିବା ପରେ ଅଭିଯୁକ୍ତ ବାବୁଲଙ୍କୁ ପୋଲିସ ଭୁବନେଶ୍ୱରରୁ ଗିରଫ କରି ଅଧିକ ପଚରାଉଚୁରା କରୁଥିବା ଆଇଆଇସି ମୁର୍ମୁ କହିଛନ୍ତିି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ଅର୍ପିତାଙ୍କୁ ମିଳିଲା ‘ବାବାଜୀ ଚରଣ ଜେନା ସ୍ମାରକୀ ସମ୍ମାନ’ ପ୍ରଦାନ, ଛୁଟିଲା ଶୁଭେଚ୍ଛାର ସୁଅ

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଟି.ଏମ୍. ଏକାଡେମୀ ଡଅଁର ହାଇସ୍କୁଲରେ ୨୦୨୬ ଶିକ୍ଷାବର୍ଷର ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଛାତ୍ରୀଙ୍କୁ ସମ୍ମାନ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri