ବ୍ୟାଙ୍କ ମ୍ୟାନେଜରଙ୍କୁ ଘରେ ବନ୍ଦକରି ସର୍ବସ୍ବ ଲୁଟିନେଲେ ଲୁଟେରା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଏହାର ଉପକଣ୍ଠ ଅଞ୍ଚଳରେ ଡକାୟତ ଗ୍ୟାଙ୍ଗ ସକ୍ରିୟ ହୋଇଉଠିଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପୁରୁଣା ଭୁବନେଶ୍ୱର ସାମନ୍ତରାପୁର ଦିବ୍ୟବିହାର ଅଞ୍ଚଳରେ। ସୋମବାର ବିଳମ୍ବିତ ରାତିରେ ଦିବ୍ୟବିହାର ଅଞ୍ଚଳର ଜଣେ ବ୍ୟାଙ୍କ ମ୍ୟାନେଜର ଓ ତାଙ୍କ ସ୍ତ୍ରୀଙ୍କୁ ଘରେ ବନ୍ଦକରି ଲୁଟେରା କଳାକନା ବୁଲାଇଛନ୍ତି।
ସୂଚନା ଅନୁସାରେ, ଦିବ୍ୟବିହାର ଲେନ୍‌ ୭, ପ୍ଲଟ ନଂ. ୫୩/୧୩୯ରେ ବ୍ୟାଙ୍କ ମ୍ୟାନେଜର ବିଷ୍ଣୁଚରଣ ପଲାଇ ରୁହନ୍ତି। ସୋମବାର ରାତିରେ ସେ ପରିବାର ସହ ଖାଇପିଇ ଶୋଇଥିଲେ। ବିଳମ୍ବିତ ରାତିରେ ୫/୭ ଜଣ ଲୁଟେରା ଘର ପଛପଟ ଝରକା ଭାଙ୍ଗି ଭିତରେ ପଶିଥିଲେ । ଶବ୍ଦ ଶୁଣି ବିଷ୍ଣୁଚରଣ ଓ ତାଙ୍କ ସ୍ତ୍ରୀ ଉଠିପଡିବାରୁ ଲୁଟେରାମାନେ ତାଙ୍କୁ ଭୟଭିତ କରାଇ ଏକ ଘରେ ବନ୍ଦକରି ଦେଇଥିଲେ। ପରେ ଘରେଥିବା ସୁନା ଗହଣା, ନଗଦ ଟଙ୍କା ଓ ସମସ୍ତ ମୂଲ୍ୟବାନ ଜିନିଷ ଲୁଟି ନେଇଛନ୍ତି। ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜିନିଷ ଲୁଟ୍‌ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ସକାଳେ ଅଭିଯୋଗ ପରେ ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri