ବ୍ୟାଙ୍କରୁ ଚୋରି ଉଦ୍ୟମ: ଜଣେ ଅଟକ: ଗ୍ରୀଲ୍‌ ତାଡ଼ିଲେ, ତାଲା ଭାଙ୍ଗି ପଶିଲେ

କଟକ ଅଫିସ, ୨୯ା୬: ମଙ୍ଗଳାବାଗ ଥାନା ଠାରୁ ମାତ୍ର ୫୦୦ ମିଟର ଦୁର ଗୋପାଳସାହି ଅଞ୍ଚଳରେ ଥିବା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବ୍ୟାଙ୍କର ଗ୍ରୀଲ୍‌ ତାଡିଥିଲେ। ଏହାପରେ ସେଠାରେ ଥିବା କବାଟ ତାଲା ଭାଙ୍ଗି ଭିତରକୁ ପଶିଥିଲେ। ବ୍ୟାଙ୍କର ଲକର ରୁମ୍‌ ଭାଙ୍ଗିବାକୁ ଉଦ୍ୟମ କରୁଥିବାବେଳେ ସେଠାରେ ଲାଗିଥିବା ସାଇରନ ହଠାତ୍‌ ବାଜି ଉଠିବାରୁ ସେମାନେ ପଳାଇ ଯାଇଥିଲେ। ଏ ନେଇ ବ୍ୟାଙ୍କ ମ୍ୟାନେଜର ଅଭିଯୋଗ କରିବା ପରେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଏହି ଘଟଣାରେ ପୋଲିସ ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି।
ଅଭିଯୋଗ ଅନୁଯାୟୀ, ଗୁରୁବାର ବ୍ୟାଙ୍କ କାର୍ଯ୍ୟ ସରିବା ପରେ କର୍ତ୍ତୃପକ୍ଷ ତାଲା ପକାଇ ଯାଇଥିଲେ। ଶୁକ୍ରବାର ପୂର୍ବାହ୍ନ ୯ଟାରେ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀ ବ୍ୟାଙ୍କରେ ପହଞ୍ଚିବା ପରେ ଗ୍ରୀଲ ତଡାଯାଇଥିବାବେଳେ ଓ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଏ ନେଇ ସେ ଜଣାଇବାରୁ ବ୍ୟାଙ୍କ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚିଥିଲେ। ବ୍ୟାଙ୍କ ଭିତରେ ଥିବା କାଗଜପତ୍ର ତଳେ ପଡିଥିଲା। ପରେ ବ୍ୟାଙ୍କ କର୍ତ୍ତୃପକ୍ଷ ସେଠାରେ ଲାଗିଥିବା ସିସିଟିଭି ଯାଞ୍ଚ କରିବାରୁ ପୂରା ଘଟଣା ସମ୍ପର୍କରେ ଜଣାପଡିଥିଲା। ୪ ଦୁର୍ବୃତ୍ତ ପ୍ରଥମେ ଗ୍ରୀଲ ତାଡିବା ପରେ କବାଟର ତାଲା ଭାଙ୍ଗି ରାତି ପ୍ରାୟ ସାଢେ ୨ଟାରେ ବ୍ୟାଙ୍କ ଭିତରକୁ ପଶିଥିଲେ। ବ୍ୟାଙ୍କ୍‌ର ଡ୍ରୟାର ଗୁଡିକ ଦେଖିବା ପରେ ଚାରିଆଡେ ଖୋଜାଖୋଜି କରି କାଗଜପତ୍ର ଖେଳାଇଥିଲେ। ପରେ ବ୍ୟାଙ୍କରେ ଥିବା ଫ୍ରିଜ୍‌ ଖୋଲି ପାଣି ପିଇଥିଲେ। ଏହି ସମୟରେ ସେମାନଙ୍କ ମଧ୍ୟରୁ ଜଣେ ଟଙ୍କା ଓ ଅଳଙ୍କାର ଥିବା ଲକର ଭାଙ୍ଗିବାକୁ ଚେଷ୍ଟା କରିଥିଲେ। ଫଳରେ ସାଇରନ ବାଜିବାରୁ ସେମାନେ ପଳାଇ ଯାଇଥିଲେ। ତେବେ ଏ ସମ୍ପର୍କରେ ବ୍ୟାଙ୍କ ମ୍ୟାନେଜର ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ଏଥିସହ ପୋଲିସ ବ୍ୟାଙ୍କର ସିସିଟିଭ ଫୁଟେଜ୍‌ ଜବତ କରିଥିବାବେଳେ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri