ବ୍ୟାଙ୍କସମୂହର ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ୨୬୦୬.୯୬ କୋଟି ଋଣ ଯୋଗାଣ ଲକ୍ଷ୍ୟ

ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ଜିଲାର ବ୍ୟାଙ୍କଗୁଡ଼ିକର ଏକ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବର୍ଗର ଲୋକଙ୍କୁ ଋଣ ଯୋଗାଣ ଉପରେ ଆଲୋଚନା କରାଯାଇଥିଲା। ୨୦୨୦-୨୧ ଆର୍ଥିକ ବାର୍ଷିକରେ ଜିଲାରେ କୃଷି, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ, ଗୃହ, ଶିକ୍ଷା ଆଦି ବିଭିନ୍ନ କ୍ଷେତ୍ର ପାଇଁ ସର୍ବମୋଟ ୨୬୦୬.୯୬ କୋଟିର ଋଣ ଯୋଗାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ଜଣାପଡିଛି।
ଲକ୍‌ଡାଉନ ପରେ ଘରକୁ ଫେରିଥିବା ଶ୍ରମିକମାନେ ଚାଷ କିମ୍ବା ବ୍ୟବସାୟ କରିବାକୁ ଚାହିଁଲେ ସେମାନଙ୍କୁ ବ୍ୟାଙ୍କ ଋଣ ଯୋଗାଇଦେବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ସେହିପରି ଜିଲାର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀକୁ ଋଣ ପ୍ରଦାନ କରିବା ଉପରେ ମଧ୍ୟ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ସମସ୍ତ ଚାଷୀ ଯେଭଳି ଫସଲ ବୀମାର ଫାଇଦା ଉଠାଇ ପାରିବେ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ଦୁର୍ବଳ ଅର୍ଥନୀତି ସଜାଡିବାକୁ ଗୁରୁଦାୟିତ୍ୱ ଭାବେ ନେଇ କାର୍ଯ୍ୟ ସମ୍ପାଦନ କରିବାକୁ ବ୍ୟାଙ୍କ ସମୂହକୁ ପରାମର୍ଶ ଦିଆଯାଇଥିଲା। ଏହି ଅବସରରେ ୨୦୨୦-୨୧ ଆର୍ଥିକ ବାର୍ଷିକ ଋଣ ଯୋଜନା ପୁସ୍ତିକାକୁ ଜିଲାପାଳ ଉନ୍ମୋଚନ କରିଥିଲେ। ଏହି ଯୋଜନା ଅନୁଯାୟୀ କୃଷି, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର, ଗୃହ, ଶିକ୍ଷା ଆଦି କ୍ଷେତ୍ର ପାଇଁ ୨୬୦୬.୯୬ କୋଟିର ଋଣ ଯୋଗାଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଉକ୍ତ ବୈଠକରେ ଡିଡିଏମ୍‌, ନାବାର୍ଡ, ଆର୍‌ସିଟିର ସମ୍ପାଦକ ପ୍ରମୁଖ ଉପସ୍ଥିତ ଥିଲେ। ଆର୍‌ସିଟିର ସମ୍ପାଦକ ନିହାର ଭୂଷଣ ସାହୁ ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ପ୍ରକଳ୍ପ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅଗ୍ରଣୀ ଜିଲା ପ୍ରବନ୍ଧକ ମହେଶ୍ୱର ଗୌଡ଼ଙ୍କ ନେତୃତ୍ୱରେ ସମସ୍ତ ବ୍ୟାଙ୍କ ଓ ଜିଲାର ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri