ବ୍ୟାଙ୍କସମୂହର ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ୨୬୦୬.୯୬ କୋଟି ଋଣ ଯୋଗାଣ ଲକ୍ଷ୍ୟ

ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ଜିଲାର ବ୍ୟାଙ୍କଗୁଡ଼ିକର ଏକ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବର୍ଗର ଲୋକଙ୍କୁ ଋଣ ଯୋଗାଣ ଉପରେ ଆଲୋଚନା କରାଯାଇଥିଲା। ୨୦୨୦-୨୧ ଆର୍ଥିକ ବାର୍ଷିକରେ ଜିଲାରେ କୃଷି, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ, ଗୃହ, ଶିକ୍ଷା ଆଦି ବିଭିନ୍ନ କ୍ଷେତ୍ର ପାଇଁ ସର୍ବମୋଟ ୨୬୦୬.୯୬ କୋଟିର ଋଣ ଯୋଗାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ଜଣାପଡିଛି।
ଲକ୍‌ଡାଉନ ପରେ ଘରକୁ ଫେରିଥିବା ଶ୍ରମିକମାନେ ଚାଷ କିମ୍ବା ବ୍ୟବସାୟ କରିବାକୁ ଚାହିଁଲେ ସେମାନଙ୍କୁ ବ୍ୟାଙ୍କ ଋଣ ଯୋଗାଇଦେବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ସେହିପରି ଜିଲାର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀକୁ ଋଣ ପ୍ରଦାନ କରିବା ଉପରେ ମଧ୍ୟ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ସମସ୍ତ ଚାଷୀ ଯେଭଳି ଫସଲ ବୀମାର ଫାଇଦା ଉଠାଇ ପାରିବେ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ଦୁର୍ବଳ ଅର୍ଥନୀତି ସଜାଡିବାକୁ ଗୁରୁଦାୟିତ୍ୱ ଭାବେ ନେଇ କାର୍ଯ୍ୟ ସମ୍ପାଦନ କରିବାକୁ ବ୍ୟାଙ୍କ ସମୂହକୁ ପରାମର୍ଶ ଦିଆଯାଇଥିଲା। ଏହି ଅବସରରେ ୨୦୨୦-୨୧ ଆର୍ଥିକ ବାର୍ଷିକ ଋଣ ଯୋଜନା ପୁସ୍ତିକାକୁ ଜିଲାପାଳ ଉନ୍ମୋଚନ କରିଥିଲେ। ଏହି ଯୋଜନା ଅନୁଯାୟୀ କୃଷି, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର, ଗୃହ, ଶିକ୍ଷା ଆଦି କ୍ଷେତ୍ର ପାଇଁ ୨୬୦୬.୯୬ କୋଟିର ଋଣ ଯୋଗାଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଉକ୍ତ ବୈଠକରେ ଡିଡିଏମ୍‌, ନାବାର୍ଡ, ଆର୍‌ସିଟିର ସମ୍ପାଦକ ପ୍ରମୁଖ ଉପସ୍ଥିତ ଥିଲେ। ଆର୍‌ସିଟିର ସମ୍ପାଦକ ନିହାର ଭୂଷଣ ସାହୁ ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ପ୍ରକଳ୍ପ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅଗ୍ରଣୀ ଜିଲା ପ୍ରବନ୍ଧକ ମହେଶ୍ୱର ଗୌଡ଼ଙ୍କ ନେତୃତ୍ୱରେ ସମସ୍ତ ବ୍ୟାଙ୍କ ଓ ଜିଲାର ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri