ବ୍ୟାସ ସରୋବରରେ ହେବ ହରିଣ ପାର୍କ

କଳିଙ୍ଗନଗର, ୬।୨ (ଡି.ଏନ୍‌.ଏ.): ପବିତ୍ର ଭୌମ ଏକାଦଶୀ ତିଥି ଅବସରରେ ବ୍ୟାସନଗରସ୍ଥିତ ପୁରାଣ ପ୍ରସିଦ୍ଧ ବ୍ୟାସ ସରୋବର ପୀଠରେ ବୁଧବାରଠାରୁ ବ୍ୟାସ ସରୋବର ମହୋତ୍ସବ ଆରମ୍ଭ ହୋଇଛି। ବ୍ୟାସନଗର ପୌର ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ମହୋତ୍ସବର ପ୍ରଥମ ଦିବସରେ ସକାଳ ୮ଟାରୁ ବ୍ୟାସ ମାରାଥନ୍‌-୨୦୨୦ ଆୟୋଜିତ ହୋଇଥିଲା। ଏଥିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଯୁବତୀଯୁବକ ସାମିଲ ହୋଇଥିଲେ। ଏହି ମାରାଥନ୍‌ ବ୍ୟାସଦେବ ଟାଉନ ହଲ୍‌ଠାରୁ ବାହାରି ମହିଳା କଲେଜ, ଝାଟିଆସାହି, କୋପର୍ଡ ଦେଇ ବ୍ୟାସ ସରୋବର ପୀଠରେ ପହଞ୍ଚତ୍ଥିଲା। ଏହାକୁ କଳିଙ୍ଗନଗର ଅତିରିକ୍ତ ଏସ୍‌ପି ରାଜକିଶୋର ଦୋରା ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର ଓ ବ୍ୟାସନଗର ପୌର ପରିଷଦ ନିବାର୍ହୀ ଅଧିକାରୀ ଶୁଭେନ୍ଦୁ କୁମାର ଜେନାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ଶାନ୍ତି, ମୈତ୍ରୀ ଓ ଭାଇଚାରାର ବାର୍ତ୍ତା ନେଇ ପୌର ପରିଷଦ ପକ୍ଷରୁ ଦୀର୍ଘ ୧୪ ବର୍ଷ ଧରି ଏହି ମାରାଥନ୍‌ ଆୟୋଜନ କରାଯାଇଆସୁଛି। ଚଳିତବର୍ଷ ମାରାଥନ୍‌ରେ ଛୁକ୍ଲୁଲାଲ ଟୁଡୁ ପ୍ରଥମ ସ୍ଥାନ ଅଧିକାରୀ କରିଥିବା ବେଳେ ସୁକାନ୍ତ କୁମାର ମଲ୍ଲିକ ଦ୍ୱିତୀୟ ଓ ଜିତେନ୍ଦ୍ର ପଣ୍ଡା ତୃତୀୟ ସ୍ଥାନ ଅଧିକାର କରିଥିଲେ। କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ମହୋତ୍ସବ ଚାଲୁରହିବ।
ସେହିପରି ଉଦ୍‌ଘାଟନୀ ସନ୍ଧ୍ୟାରେ ଆୟୋଜିତ ସଭାରେ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ମୁଖ୍ୟଅତିଥି ଓ ଉପ ଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ବ୍ୟାସନଗର ପୌର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ କୁମାର ଜେନା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଜିଲାପାଳ କହିଥିଲେ, ବ୍ୟାସ ସରୋବର ୨୦୦ ଏକର ଜାଗା ଉପରେ ଅବସ୍ଥିତ। ଏହି ସ୍ଥଳକୁ ରାଜ୍ୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ମିଳିଛି। ତେବେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଏଠାରେ ଏକ ହରିଣ ପାର୍କ ତିଆରି କରାଯିବ। ଏବଂ ମହାଭାରତ ବିଷୟବସ୍ତୁରେ ଥିବା ଚରିତ୍ରମାନଙ୍କୁ ନେଇ ଏଠାରେ ଏକ ମଞ୍ଚ ତିଆରି ହେବ। ଏ ନେଇ ନୀଳ ନକ୍ସା ପ୍ରସ୍ତୁତି ସରିଛି। ଚଳିତବର୍ଷଠାରୁ କାର୍ଯ୍ୟାରମ୍ଭ ହେବ ବୋଲି ଜିଲାପାଳ ଦାସ ତାଙ୍କ ବକ୍ତବ୍ୟରେ କହିଥିଲେ। କଳିଙ୍ଗନଗର ଅତିରିକ୍ତ ଜିଲାପାଳ ମିଶ୍ର ସଭା ପରିଚାଳନା କରିଥିଲେ। ମହୋତ୍ସବକୁ ସରସ ସୁନ୍ଦର କରିବାକୁ ପୌର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri