ବ୍ୟାସକବିଙ୍କ ଶ୍ରାଦ୍ଧବାର୍ଷିକୀରେ ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା

ବାଲେଶ୍ୱର ଅଫିସ,୧୬।୬- ଓଡ଼ିଆ ଭାଷା ସାହିତ୍ୟର ତ୍ରାଣକର୍ତ୍ତା, ଭାଷା ଆନ୍ଦୋଳନର ସେନାପତି, ସଂକ୍ରାନ୍ତି ପୁରୁଷ, ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୦୨ତମ ଶ୍ରାଦ୍ଧବାର୍ଷିକୀରେ ବାଲେଶ୍ୱର ସହର ଶାନ୍ତିକାନନଠାରେ ଫକୀରମୋହନ ସାହିତ୍ୟ ପରିଷଦ ପକ୍ଷରୁ ସୋମବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପୂର୍ବାହ୍ନ ୭ଟା ସମୟରେ ସମାଧିପୀଠ ଓ ଛତୁଆ ପୋଖରୀଠାରେ ତିଳତର୍ପଣ ସହ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ପରେ ପରେ ଶାନ୍ତିକାନନଠାରେ ଫକୀରମୋହନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ସାମାଜିକ ଦୂରତା ରକ୍ଷା କରି ସୀମିତ କାର୍ଯ୍ୟକ୍ରମ କରାଯାଇଥିଲା। ସମ୍ପାଦକ ଡ. କୁମାର ଗୋପାଲଙ୍କ ସହ ସଭାପତି ଡ. ଶିରିଶ ଚନ୍ଦ୍ର ଜେନା, ପୂର୍ବତନ ସଭାପତି ହରିଶ୍ଚନ୍ଦ୍ର ବେହେରା ଓ ଲକ୍ଷ୍ମୀକାନ୍ତ ତ୍ରିପାଠୀ, ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ପ୍ରଦୀପ ଚାଟାର୍ଜୀ, ତପନ ରାୟ, କଲ୍ୟାଣୀ ନନ୍ଦ, ନିବାରଣ ଜେନା, ଦୀପକ ବୋଷ, ଡା. ଚୌଧୁରୀ ସତ୍ୟବ୍ରତ ନନ୍ଦ, ପୂର୍ବତନ ବ୍ରିଟ୍‌ ଅଧ୍ୟକ୍ଷ ଗୌରୀ ରାଉତ, କାଳୀପଦ ପଣ୍ଡା, ଅଶୋକ ସେନାପତି, ଡ. ସାରଙ୍ଗଧର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ସମଗ୍ର ବିଶ୍ୱ କରୋନା ମହାମାରୀ ପାଇଁ ଲଢୁଥିବା ବେଳେ ଶାନ୍ତିକାନନ ପରିସରରେ ପରିଷଦ ପକ୍ଷରୁ ସମଗ୍ର ବିଶ୍ୱ ଶାନ୍ତି ପାଇଁ ପ୍ରାର୍ଥନା କରାଯାଇଥିଲା।
ଅନ୍ୟପକ୍ଷରେ ଜିଲା ବିଜୁ ଯୁବ ଜନତା ପକ୍ଷରୁ ଫକୀରମୋହନ ଗୋଲେଇସ୍ଥିତ ଫକୀରମୋହନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ଛତୁଆପୋଖରୀଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଜିଲା ବିଜୁ ଯୁବ ଜନତା ସଭାପତି ଶୁଭେନ୍ଦୁ ମଙ୍ଗରାଜ, ନଗର ସଭାପତି ସଞ୍ଜୀବ ଦାସ, ଉପସଭାପତି ଏସ୍‌କେ ଅନ୍‌ସର, ଯୁବନେତା ମନୋଜ ଆଚାର୍ଯ୍ୟ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri