ବୟାଳିରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ

ଗୋପାଳପୁର,୧୩।୬- ବିଜୁ କନ୍ୟାରନତ୍ ଯୋଜନାରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ଗୁରୁବାର ରଙ୍ଗେଇଲୁଣ୍ଡା ବ୍ଲକ ମନ୍ତ୍ରିଡ଼ି ପଞ୍ଚାୟତ ବୟାଳି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରଙ୍ଗେଇଲୁଣ୍ଡା ସିଡିପିଓ ଜ୍ୟୋତ୍ସ୍ନା ପାଢ଼ୀ ଯୋଗ ଦେଇଥିଲେ। ସଦ୍ୟଜନ୍ମିତ କନ୍ୟାଙ୍କ ଘରେ ପହଞ୍ଚତ୍ ତାଙ୍କ ମା’ କସ୍ତୁରୀ ଦାସଙ୍କୁ ମିଷ୍ଟାନ୍ନ, ପୋଷାକ ଓ ପୁଷ୍ପଗୁଚ୍ଛ ଦେଇ ଶୁଭେଚ୍ଛା ଜଣାଇଥିଲେ। ଏଥିସହ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରଦତ୍ତ ପ୍ରଶଂସାପତ୍ର ପ୍ରଦାନ ସହ କେକ୍‌ ମଧ୍ୟ କଟା ଯାଇଥିଲା। ପୁଅ-ଝିଅ ମଧ୍ୟରେ ଭେଦଭାବ ନ ରଖି ସମାନତା ରକ୍ଷା କରି କନ୍ୟାସନ୍ତାନଙ୍କ ଯନତ୍ ନେବାକୁ ସିଡିପିଓ ପାଢ଼ୀ କହିଥିଲେ। ଏଥିସହ କନ୍ୟାଭ୍ରୂଣ ହତ୍ୟା ରୋକିବା ସହ ଶିଶୁକନ୍ୟା ଏକ ରନତ୍ ବୋଲି ସୁପରଭାଇଜର ଗୀତାରାଣୀ ରାଉଳ ସୂଚନା ଦେଇଥିଲେ। ଏହି ଅବସରରେ ଶାନ୍ତିଲତା ଶତପଥୀ, କେ. ଅନୀତା, ମମତା ମହାନ୍ତି, ଭାଗ୍ୟଲତା ପାତ୍ର, ସଞ୍ଜୁଲତା ପାଣିଗ୍ରାହୀ ଓ ଅଙ୍ଗନୱାଡ଼ି କର୍ମୀ, ସ୍ଥାନୀୟ ଗ୍ରାମବାସୀ ଉପସ୍ଥିତ ଥିଲେ। ଏହି ଅବସରରେ ଗ୍ରାମରେ ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଆଗାମୀ ଦିନରେ ଏଭଳି କାର୍ଯ୍ୟକ୍ରମ ବିଭିନ୍ନ ପଞ୍ଚାୟତରେ ଅନୁଷ୍ଠିତ ହେବ ବୋଲି ସିଡିପିଓ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri