ଭଉଣୀ ଘରକୁ ଭାର ଆଣିଥିବା ଭାଇଙ୍କୁ କରୋନା

କଣିହାଁ,୧୫ା୬(ଡି.ଏନ.ଏ.)- ଢେଙ୍କାନାଳ ଜିଲା ଅଞ୍ଚଳର ଜଣେ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂରୁ ସେ ଅନୁଗୋଳ ଜିଲା କଣିହାଁ ବ୍ଲକ ଏନ୍‌ଟିପିସି ବଜାର ଅଞ୍ଚଳର ଭଉଣୀ ଘରକୁ ଗତ ୧୧ ତାରିଖରେ ରଜଭାର ନେଇ ଆସିଥିବା ଜଣାପଡ଼ିଛି। ଏହି ଖବର ମିଳିବା ପରେ କଣିହାଁ ବ୍ଲକ ପ୍ରଶାସନ ତୁରନ୍ତ ପଦକ୍ଷେପ ନେବା ଆରମ୍ଭ କରିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଥିଲେ ସେମାନଙ୍କୁ ଖୋଜି କ୍ୱାରାଣ୍ଟାଇନ କରାଯାଇଛି।
କଣିହାଁ ବିଡିଓ ରମେଶ କୁମାର ଜେନା, ଏନ୍‌ଟିପିସି ଟାଉନ ଥାନା ଆଇଆଇସି ଦୀପିକା ଦେବୀ ରାୟ କହିଛନ୍ତି, ଢେଙ୍କାନାଳ ଜିଲାର ଯୁବକ ଜଣକ ବାହାର ରାଜ୍ୟରୁ ଫେରିଥିଲେ। ୭ ଦିନ କ୍ୱାରାଣ୍ଟାଇନରେ ରହିବା ପରେ ତାଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ପରେ ସେ ରଜ ଭାର ନେଇ କଣିହଁା ବ୍ଲକ ଅଞ୍ଚଳର ଭଉଣୀ ଘରକୁ ଆସିଥିଲେ। ଏଠାରେ ୨ ଦିନ ରହି ଶନିବାର ଫେରିଯାଇଥିଲେ। ପୂର୍ବରୁ ତାଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଯାଇଥିବା ବେଳେ ଶନିବାର ପଜିଟିଭ୍‌ ରିପୋର୍ଟ ଆସିଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ଭିଣୋଇ ଏନ୍‌ଟିପିସି ବଜାରରେ ବ୍ୟବସାୟ କରୁଥିବାରୁ ତାଙ୍କ ଦୋକାନ ସିଲ୍‌ କରାଯିବା ସହ ପୂରା ପରିବାରକୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସୋମବାର ମୋଟ୍‌ ୩୨ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ଟେଷ୍ଟ ପାଇଁ ପଠାଯିବ। ଏହି ଘଟଣା ପରେ ଏନ୍‌ଟିପିସି ପକ୍ଷରୁ ସତର୍କତା ପଦକ୍ଷେପ ସମ୍ପର୍କରେ କର୍ମଚାରୀଙ୍କ ପାଇଁ ସୋସିଆଲ ମିଡିଆରେ ନୋଟିସ୍‌ ଜାରି କରାଯାଇଛି। ଏନ୍‌ଟିପିସି କଣିହାଁ ଟାଉନଶିପ୍‌ ଓ ଆଖପାଖ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ଚିହ୍ନଟ ପ୍ରକ୍ରିୟା ଚାଲୁଥିବାରୁ ଟାଉନଶିପ୍‌ରେ ରହୁଥିବା ଲୋକଙ୍କୁ ଅତି ଜରୁରୀ କାମ ନ ଥିଲେ ବାହାରକୁ ଯିବାକୁ ବାରଣ କରାଯାଇଛି। ଏଥିସହ ପ୍ରକଳ୍ପର ପିଟିଏସ୍‌ ଗେଟ୍‌କୁ ବନ୍ଦ କରାଯାଇଛି। ତେଣୁ କର୍ମଚାରୀମାନେ ଡ୍ୟୁଟି କରିବାକୁ ବିକାଶ ଦ୍ୱାର ପ୍ଲାଣ୍ଟ ଗେଟ୍‌ ଦେଇ ଯିବାକୁ ସୂଚନା ଦିଆଯାଇଛି। ଯଦି କୌଣସି କର୍ମଚାରୀ ଗତ ୧୦ ତାରିଖରୁ କ୍ୱାରାଣ୍ଟାଇନରେ ଥିବା ସେହି ପରିବାର ସଦସ୍ୟଙ୍କ ସଂସ୍ପର୍ଶରେ ଆସିଥିବେ କିମ୍ବା ତାଙ୍କ ଗ୍ରାମକୁ ଯାଇଥିବେ ତା’ହେଲେ ସେମାନେ ତୁରନ୍ତ ଡିଜିଏମ୍‌(ଏଚ୍‌ଆର୍‌) ଜାକିର ଖାନ୍‌ କିମ୍ବା ସରକାରଙ୍କୁ ସୂଚନା ଦେବାକୁ ନୋଟିସରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri