Posted inଫୁରସତ

ଭଉଣୀ ବିଦା ସମୟରେ କାନ୍ଦିବା ମହଙ୍ଗା ପଡ଼ିଲା ଭାଇଙ୍କୁ: ସର୍ବ ସମ୍ମୁଖରେ ମାଗିଲେ କ୍ଷମା

ବିବାହ ପରେ ଝିଅ ବିଦା ସମୟରେ ସମସ୍ତଙ୍କ ଆଖିରେ ଲୁହ ଆସିଯାଇଥାଏ। ସମସ୍ତେ ଏହା ଦେଖିଥିବେ ନିଶ୍ଚୟ। ମାତ୍ର ରୁଷିଆର ଗଣରାଜ୍ୟ ଚେଚନ୍ୟାରେ ଝିଅ ବିଦା ସମୟରେ ଏମିତି ଏକ ପରିସ୍ଥିତି ହୋଇଥିଲା ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏଠାରେ ଜଣେ ଭାଇଙ୍କୁ ଭଉଣୀର ବିଦା ସମୟରେ କାନ୍ଦିବା ମହଙ୍ଗା ପଡ଼ିଛି। ଏଥିପାଇଁ ତାଙ୍କୁ ସର୍ବସମ୍ମୁଖରେ କ୍ଷମା ମାଗିବାକୁ ପଡ଼ିଛି।
ଏକ ରିପୋର୍ଟ ଅନୁସାରେ, ଗତ ସପ୍ତାହରେ ଭଉଣୀ ବିଦା ସମୟରେ ଭାଇ କାନ୍ଦୁଥିବାର ଏକ ଭିଡିଓ ଭାଇରାଲ ହୋଇଥିଲା। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଥିଲା।
ଧାର୍ମିକ ନେତା ରମଜାନ କଦିରୋଭଙ୍କ କହିବା ଅନୁସାରେ, ବିବାହରେ କାନ୍ଦି ଭାଇ ଚେଚନ୍ୟା ପରମ୍ପରା ଉଲ୍ଲଂଘନ କରିଥିଲେ। ଏହି ପରମ୍ପରା ଅନୁସାରେ ଭଉଣୀର ବିବାହରେ ଭାଇର ଯିବା କଥା ନୁହେଁ। ମାତ୍ର ସେ ସେଠାକୁ ଯାଇ କାନ୍ଦିଥିଲେ। ଏହି କାରଣରୁ ତାଙ୍କୁ ସର୍ମସମ୍ମୁଖରେ କ୍ଷମା ମାଗିବାକୁ ପଡ଼ିଛି। କ୍ଷମା ମାଗିବାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ଐତିହାସିକ ଜେଲିମଖାନ୍‌ ମୁସାଇବଙ୍କ ଅନୁସାରେ, ଚେଚନ ବିବାହରେ ଲୋକମାନେ ନିଜ ଭାବନାକୁ ଅନ୍ୟ ସମ୍ମୁଖରେ ଉପସ୍ଥାପନା କରିବା ଠିକ୍‌ ନୁହେଁ ବୋଲି ଧରାଯାଏ। ସେ ମହିଳା ହୁଅନ୍ତୁ ଅବା ପୁରୁଷ। ତେଣୁ ଭଉଣୀଙ୍କ ବିବାହ ସମୟରେ ଯେତେବେଳେ ଭାଇର ଏଭଳି କାନ୍ଦିବା ଭିଡିଓ ଭାଇରାଲ ହେଲା ଏହାକୁ ଦେଖି ଲୋକେ ରାଗିଯାଇଥିଲେ।
ଚେଚନ୍ୟା ପୁରୁଷଙ୍କୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପୁରୁଷ ବୋଲି ଗଣନା କରାଯାଏ। ଏହି କାରଣରୁ ତାଙ୍କୁ କ୍ଷମା ମାଗିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri