ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ: ରଥଯାତ୍ରାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୬: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେତେକ ସର୍ତ୍ତ ଅନୁଯାୟୀ କେବଳ ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସୁପ୍ରିମକୋର୍ଟ ନିଜ ରାୟରେ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ ବୋବଡେଙ୍କ ନେତୃତ୍ୱାଧୀନ ତିନି ଜଣିଆ ଖଣ୍ଡପୀଠ ବିନା ଭକ୍ତରେ ବଡଦାଣ୍ଡରେ ରଥ ଗଡିବାକୁ ଅନୁମତି ପ୍ରଦାନ କରିଛନ୍ତି। ରଥଯାତ୍ରା ଆୟୋଜନ ଉପରେ ପୂର୍ବରୁ ଲଗାଇଥିବା ରୋକ ଉପରେ ପୁନର୍ବିଚାର କରି ଏଭଳି ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ସୂଚନାଯୋଗ୍ୟ, ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଥିଲେ। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ଉପସ୍ଥାପନ କରି କହିଥିଲେ ବର୍ଷ ବର୍ଷ ଧରି ଚାଲିଥିବା ପରମ୍ପରା ବନ୍ଦ ନ କରାଯାଉ। ମହାପ୍ରଭୁଙ୍କ ଘୋଷ ଯାତ୍ରା ଥରେ ବନ୍ଦ ହେଲେ ୧୨ ବର୍ଷ ଯାଏ ହୋଇପାରିବ ନାହିଁ। ଆସନ୍ତାକାଲି ଯଦି ଜଗନ୍ନାଥ ନ ବାହାରିବେ ତେବେ ୧୨ ବର୍ଷ ଯାଏ ବାହାରିବେ ନାହିଁ ବୋଲି ଯୁକ୍ତିରେ ଉଲ୍ଲେଖ କରିଥିଲେ ସଲିସିଟର ଜେନେରାଲ। କେବଳ ନେଗେଟିଭ୍‌ ଟେଷ୍ଟ ସେବାୟତଙ୍କୁ ଯାତ୍ରାରେ ସାମିଲ କରାଯାଉ। ରଥଯାତ୍ରାର ସିଧା ପ୍ରସାରଣ ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି। କୋଭିଡ ନ ବ୍ୟାପିବା ପାଇଁ ପଦକ୍ଷେପ ନେଇପାରିବେ ରାଜ୍ୟ ସରକାର। ଦିନକ ପାଇଁ ସେଠାରେ କର୍ଫ୍ୟୁ ଜାରି କରାଯାଇପାରିବ ସେ କହିଥିଲେ। ରାଜ୍ୟ ସରକାରଙ୍କ ଓକିଲ ହରିଶ ସାଲଭେ ଏହାକୁ ସମର୍ଥନ କରଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri