Posted inଜାତୀୟ

ଭଗବାନ ରାମଙ୍କ ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନ କରିବେ ୟୁପି ସରକାର

ଲକ୍ଷ୍ନୌ,୨୩।୭: ଉତ୍ତର ପ୍ରଦେଶ ସରକାର ଭଗବାନ ରାମଙ୍କର ଏକ ୨୫୧ ମିଟର ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତ୍ତି ସ୍ଥାପନ କରିବାକୁ ଯୋଜନା କରିଛନ୍ତି। ଅଯୋଧ୍ୟାରେ ଏହା ସ୍ଥାପନ କରାଯିବ। ଗୁଜରାଟରେ ପ୍ରତିଷ୍ଠା ହୋଇଥିବା ଷ୍ଟାଚ୍ୟୁ ଅଫ୍‌ ୟୁନିଟି ବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ମୂର୍ତ୍ତିଠାରୁ ମଧ୍ୟ ଏହା ଅଧିକ ଉଚ୍ଚତା ବିଶିଷ୍ଟ ହେବ। ଏହା ବିଶ୍ୱର ସର୍ବୋଚ୍ଚ ଷ୍ଟାଚ୍ୟୁ ହେବ ବୋଲି କୁହାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଅଯୋଧ୍ୟାର ସରାୟୁ ନଦୀ ନିକଟରେ ପ୍ରାୟ ଶହେ ହେକ୍ଟର ସ୍ଥାନରେ ଏହା ନିର୍ମାଣ କରାଯିବାର ଯୋଜନା ରହିଛି। ଏଥିପାଇଁ କାମ ଖୁବ୍‌ ଶୀଘ୍ର ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଅଯୋଧ୍ୟାର ଆଧୁନିକିକରଣ ପାଇଁ ରାମଙ୍କ ଉପରେ ଏକ ଡିଜିଟାଲ ମ୍ୟୁଜିୟମ, ଲାଇବ୍ରେରୀ, ପାର୍କିଂ ଓ ଫୁଡ ପ୍ଲାଜା ଭଳି ସୁବିଧା କରାଯିବାକୁ ଯୋଜନା ରହିଛି। ଏଥିପାଇଁ ଉତ୍ତର ପ୍ରଦେଶ ସରକାର ଗୁଜରାଟ ସରକାରଙ୍କ ସହ ଏକ ଏମ୍‌ଓୟୁ ସାଇନ୍‌ କରିଛନ୍ତି। ଯେଉଁଥିରେ ଗୁଜରାଟ ସରକାର ଟେକ୍ନିକାଲ ଆସିଷ୍ଟାନସ୍‌ ଓ ଗାଇଡାନ୍ସ ଯୋଗାଇଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri