ଭଙ୍ଗା କୁଡ଼ିଆରେ ଅସହାୟ ଗୋଲାପ

ରାଇସୁଆଁ,୧୯।୧୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’, ‘ମୋ କୁଡିଆ ଯୋଜନା ’ କରିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମାନସିକତାର ଅଭାବ ଯୋଗୁ ବହୁ ଅସହାୟ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଏହି ଭଳି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ପର୍ଜନପୁର ପଞ୍ଚାୟତର ପର୍ଜନପୁର ଗ୍ରାମରେ। ୭୩ ବର୍ଷୀୟା ବୃଦ୍ଧା ଗୋଲାପ ମହାନ୍ତ ଅତି ଦୟନୀୟ ଭାବେ ବିପଦସଙ୍କୁଳ ଘରେ ରହୁଛନ୍ତି। ବହୁ ବାର ମୁଣ୍ଡଗୁଞ୍ଜିବାକୁ ଖଣ୍ଡେ ଘର ପାଇଁ ପଞ୍ଚାୟତ କାର୍ଯ୍ୟାଳୟରୁ ଆରମ୍ଭ କରି ବ୍ଲକ କାର୍ଯ୍ୟାଳୟକୁ ଧାଇଁ ଧାଇଁ ନୟାନ୍ତ ହେଲେଣି। ମାତ୍ର ତାଙ୍କୁ ଆଜି ଯାଏ ଖଣ୍ଡେ ଘର ମିଳିପାରିନି। ସ୍ବାମୀ ବହୁ ବର୍ଷ ହେବ ଆରପାରିକୁ ଚାଲିଯାଇଥିବାବେଳେ ପୁଅ ବିବାହ କରି ଦୂରରେ ରହୁଛନ୍ତି। ଆଗରୁ କାମଧନ୍ଦା କରି ଚଳୁଥିବା ବେଳେ ଏବେ ବାର୍ଦ୍ଧକ୍ୟ ଯୋଗୁ କାମଧନ୍ଦା କିଛି କରି ପାରୁ ନାହାନ୍ତି। ଫଳରେ ଯିଏ ଯାହା ଦେଲେ ଖାଇ ବଞ୍ଚୁଥିବା କୁହନ୍ତି। ସ୍ଥାନୀୟ ସରପଞ୍ଚଙ୍କୁ ଏହି ବିଷୟ ପଚାରିବାରୁ ସେ କହିଲେ ତାଙ୍କୁ କିପରି ଘର ମିଳିବ ସେଥିପ୍ରତି ଚେଷ୍ଟା କରିବି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବା ସହ ତାଙ୍କୁ ତୁରନ୍ତ ଖଣ୍ଡେ ମୁଣ୍ଡଗୁଞ୍ଜିବାକୁ ଘର ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri