ଭଙ୍ଗା ପଲାରେ କଟୁଛି ଦିନ

ରାଇସୁଆଁ, ୧।୧(ଡି.ଏନ.ଏ.): ସରକାର ନିରାଶ୍ରୟଙ୍କ ଥଇଥାନ ପାଇଁ ବିଜୁ ପକ୍କାଘର, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭଳି ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପ୍ରଶାସନିକ ସ୍ତରରେ ମାନସିକତାର ଅଭାବ ଏବଂ ପଞ୍ଚାୟତସ୍ତରୀୟ ନେତାଙ୍କ ଦୁର୍ନୀତିଖୋର ମନୋବୃତ୍ତି ପାଇଁ ବହୁ ଯୋଗ୍ୟ ହିତାଧିକାରୀ ସରକାରଙ୍କ ଜନକଲ୍ୟାଣ ଯୋଜନାରୁ ବଞ୍ଚିିତ ହେଉଥିବା ଦେଖିବାକୁ ମିଳୁଛି।
ଏହିପରି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ତଳକଇଁସାରି ପଞ୍ଚାୟତର ଜଳଡିହି ଗ୍ରାମର ଶୁକ୍ରା ମୁଣ୍ଡାଙ୍କ ପରିବାର କ୍ଷେତ୍ରରେ। ୬ମାସରୁ ଊର୍ଦ୍ଧ୍ୱ ହେବ ଶୁକ୍ରା ତାଙ୍କ ସ୍ତ୍ରୀ ଏବଂ ତାଙ୍କର ୩ ସନ୍ତାନ ପାଳକୁଟାରେ ନିର୍ମିତ ଘରେ ଅତ୍ୟନ୍ତ ଦୟନୀୟ ଭାବରେ ରହୁଛନ୍ତି। ସୂଚନା ଅନୁସାରେ ଘୂର୍ଣ୍ଣିଝଡରେ ତାଙ୍କ ଘରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବହୁବାର ବ୍ଲକ କାର୍ଯ୍ୟାଳୟ ଏବଂ ପଞ୍ଚାୟତ କାର୍ଯ୍ୟାଳୟରେ ଜଣାଇଲେ ମଧ୍ୟ ଆଜିଯାଏ ତାଙ୍କୁ ମୁଣ୍ଡ ଗୁଞ୍ଜିବାକୁ ଖଣ୍ଡେ ଘର ମିଳି ନ ଥିବା ସେ ଅଭିଯୋଗ କରିଛନ୍ତି। ଶୁକ୍ରା ଜଣେ ଗରିବ ଦିନ ମଜୁରିଆ। ସେ ପର ଘରେ କାମଧନ୍ଧା କରି ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। ଘର ନିର୍ମାଣ କରିବାକୁ ଅକ୍ଷମ ବୋଲି କହିବା ସହ ଖରା ବର୍ଷା ଶୀତରେ ଏହି ପାଳକୁଟା ପଲାରେ ରହୁଥିବା କହିଛନ୍ତି। ଏହି ପଞ୍ଚାୟତରେ ବହୁ ଧନିକ ଶ୍ରେଣୀର ଲୋକ ପ୍ରଧାନମନ୍ତ୍ରୀ ଆବାସ ଗୃହ, ବିଜୁପକ୍କା ଘର ହାତେଇଥିବା ବେଳେ ଏହି ଭଳି ଜଣେ ଗରିବଙ୍କୁ ମୁଣ୍ଡ ଗୁଞ୍ଜିବାକୁ ଖଣ୍ଡେ ଘର ନ ମିଳିବା ଅତ୍ୟନ୍ତ ଦୁଃଖଦାୟକ କଥା ବୋଲି ସ୍ଥାନୀୟ ଅଞ୍ଚଳର ବହୁ ଜନସାଧାରଣ କହିଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ତୁରନ୍ତ ଶୁକ୍ରାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରି ଏକ ଘର ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri