ଭଙ୍ଗାଗଲା ବଇଣ୍ଡା ରାଧାକୃଷ୍ଣ ମନ୍ଦିର

ବଇଣ୍ଡା,୧୨।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିରକୁ ଶନିବାର ଠିକାସଂସ୍ଥା ପକ୍ଷରୁ ଭଙ୍ଗାଯାଇଛି। ୫୫ ନଂ. ଜାତୀୟ ରଜପଥ ସମ୍ପ୍ରସାରଣରେ ଉକ୍ତ ମନ୍ଦିର ଉଚ୍ଛେଦ କରିବା ପାଇଁ ପୂର୍ବରୁ ପ୍ରଶାସନିକ ଅଧିକାରୀମାନେ ନୋଟିସ ମାଧ୍ୟମରେ ଅବଗତ କରାଇଥିଲେ ମଧ୍ୟ ଗ୍ରାମବାସୀଙ୍କ ଅନୁରୋଧକ୍ରମେ ଏହାକୁ କିଛିଦିନ ପାଇଁ ଘୁଞ୍ଚାଇ ଦିଆଯାଇଥିଲା। ୩ ତାରିଖରେ ପ୍ରଭୁ ରାଧାକୃଷ୍ଣଙ୍କୁ ଅନ୍ୟତ୍ର ସ୍ଥାନକୁ ସ୍ଥାନାନ୍ତର କରାଗଲା ପରେ ଶନିବାର ଭଙ୍ଗାଯାଇଛି। ସେହିପରି ବଇଣ୍ଡା ଶିବ ମନ୍ଦିରକୁ ଭଙ୍ଗାଯିବାର କାର୍ଯ୍ୟକ୍ରମ ଥିବାବେଳେ ଶନିବାର ଗ୍ରାମବାସୀମାନେ ଏକ ଅସ୍ଥାୟୀ ଘର ନିର୍ମାଣ କରି ପୂଜାର୍ଚ୍ଚନା କରି ମନ୍ଦିରକୁ ସ୍ଥାନାନ୍ତର କରିଛନ୍ତି। ଏହି ଅବସରରେ ହୋମଯଜ୍ଞ, ନାମ ସଂକୀର୍ତ୍ତନ କରାଯାଇଥିଲା। ଗ୍ରାମର ରମେଶ କୁମାର ଟ୍ରିବୁଓ୍ବାଲା, ସୁଦାମଚରଣ ସାହୁ, ରମେଶ କୁମାର ବେହେରା, ଲକ୍ଷ୍ମଣ କୁମାର ବେହେରା, ଅଭିରାମ ସାହୁ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri