ଭଡ଼ା ଘରୁ ମିଳିଲା ଶିକ୍ଷକଙ୍କ ମୃତଦେହ, ହତ୍ୟା ସନ୍ଦେହ

ହାଟଡିହୀ,୨।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢେଙ୍କା ହାଇସ୍କୁଲ ଶିକ୍ଷକ ଅନିରୁଦ୍ଧ ସ୍ବାଇଁଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମରୈଗାଁରେ ରହୁଥିବା ଏକ ଭଡ଼ା ଘରୁ ଶୁକ୍ରବାର ଉଦ୍ଧାର ହୋଇଛି l ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି।

ସୂଚନାଯୋଗ୍ୟ, ନନ୍ଦିପଦା ଥାନାଠାରୁ ମାତ୍ର ୫୦ ମିଟର ଦୂରରେ ଏହି ଘଟଣା ଘଟିଛି l ସୋମବାର ତାଙ୍କର କୌଣସି ଖବର ନ ମିଳିବାରୁ ସମ୍ପର୍କୀୟ ତାଙ୍କୁ କଲ୍‌ କରିଥିଲେ l ହେଲେ ସେ ଫୋନ ଉଠାଇ ନ ଥିଲେ। ଏନେଇ ସମ୍ପର୍କୀୟ ସେ ରହୁଥିବା ଭଡ଼ା ଘରେ ପହଞ୍ଚି ଥିଲେ। ହେଲେ ଘର ବାହାର ପଟୁ ତାଲା ପଡିଥିଲା l ଘର ଝରକା ପଟେ ଦେଖିଲା ବେଳକୁ ଅନିରୁଦ୍ଧ ଖଟ ଉପରେ ଅର୍ଦ୍ଧଲଗ୍ନ ଅବସ୍ଥାରେ ପଡିଥିବାର ଦେଖିବାକୁ ମିଳିଥିଲା। ଏନେଇ ନନ୍ଦିପଦା ପୋଲିସକୁ ଖବର ଦିଆଯାଇଥିଲା l ହାଟଡିହୀ ତହସିଲଦାରଙ୍କ ଉପସ୍ଥିତରେ ପୋଲିସ ତାଲା ଭାଙ୍ଗି ମୃତଦେହ ଜବତ କରିଥିଲା। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଶିକ୍ଷକଙ୍କ ମୃତ୍ୟୁକୁ ନେଇ ନାନା କଳ୍ପନା ଜଳ୍ପନା ଲାଗି ରହିଛି। ମୃତଦେହ ଘର ଭିତରେ ପଡ଼ିଥିବା ବେଳେ ବାହାର ପଟୁ ତାଲା କିଏ ପକାଇଲା ତାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ମୃତକଙ୍କ ଭାଇ ରଞ୍ଜନ ସ୍ବାଇଁ ଶରୀରରେ କ୍ଷତାକ୍ତ ଚିହ୍ନ ଥିବା ଦେଖି ଏକ ଯୋଜନା ମୁତାବକ ହତ୍ୟାକାଣ୍ଡ ବୋଲି ସନ୍ଦେହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri