ଭତ୍ତା ନ ପାଇ ଦୁର୍ଦ୍ଦିନରେ ୨୧୧ କଳାକାର

କୃଷ୍ଣପ୍ରସାଦ,୨୩ା୮(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କିଛିବର୍ଷ ଧରି ୨୧୧ କଳାକାର ଭତ୍ତା ପାଇ ଅସୁଥିଲେ। ତେବେ ଏମାନଙ୍କ ଭତ୍ତା ବନ୍ଦ କରିଦିଆ ଯାଇଥିବାରୁ ଗୁରୁବାର ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଏମାନେ ୧୨ଶହ ଟଙ୍କା କଳାକାର ଭତ୍ତା ପାଇବା ପରେ ୫୦୦ ଟଙ୍କାର ବାର୍ଦ୍ଧକ୍ୟ ଭତ୍ତା ବନ୍ଦ ହୋଇଯାଇଥିଲା ା ତେବେ ଗତ ୬ ମାସ ଧରି ପ୍ରତିମାସରେ କଳାକାର ଭତ୍ତା ନ ପାଇବାରୁ ଗରିବ, ରୋଗାକ୍ରାନ୍ତ ଓ ଭିନ୍ନକ୍ଷମ ହିତାଧିକାରୀମାନେ ଦୁର୍ଦ୍ଦିନ ମଧ୍ୟରେ ଜୀବନ ବିତାଉଛନ୍ତି ା ନିଜର ସାଧାରଣ ଆବଶ୍ୟକତା ପୂରଣ କରିବାରେ ଅସମର୍ଥ ହେବା ସହ ଔଷଧ କିଣିବାକୁ ମଧ୍ୟ ଅର୍ଥାଭାବର ଶିକାର ହୋଇ ଦୁଃଖ ଓ ଦୁର୍ଦ୍ଦଶା ଭୋଗ କରୁଛନ୍ତି। କୃଷ୍ଣପ୍ରସାଦ ବ୍ଲକସ୍ଥିତ ଆଖଣ୍ଡଳେଶ୍ୱର ପାଇକ ଆଖଡ଼ାସଂଘର ସମ୍ପାଦକ ସୁବାସ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ବିଡିଓ ଅଭିମନ୍ୟୁ ମାଝିଙ୍କୁ ଏ ନେଇ ହିତାଧିକାରୀମାନେ ବକେୟା ଭତ୍ତା ପ୍ରଦାନ ନିମନ୍ତେ ଦାବିପତ୍ର ପ୍ରଦାନ କରିଛନ୍ତି ା ୧୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ କଳାକାରମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ା ଭଗବାନ ବରାଳ, ଜଗନ୍ନାଥ ପଲେଇ, ପଞ୍ଚାନନ ତରେଇ, ଗଙ୍ଗାଧର ପଲେଇ, କୃଷ୍ଣଚନ୍ଦ୍ର ପଲେଇ, ଧନେଶ୍ୱର ଦଳେଇ, ପର୍ଶୁରାମ ପ୍ରଧାନ, ଭାବଗ୍ରାହୀ ଜେନା, ଏକାଦଶୀ ବିଶ୍ୱାଳ, କେଳୁ ଚରଣ ଜେନା ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri