ଭତ୍ତା ସହ ସ୍କିଲ୍‌ ଟ୍ରେନିଂ ନେବେ ୫ କୋଟି ଏମ୍‌ଜିଏନଆର୍‌ଇଜିଏ ଶ୍ରମିକ

ନୂଆଦିଲ୍ଲୀ,୧୭-୭: କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ସାମିଲ ୫ କୋଟି ଶ୍ରମିକଙ୍କୁ ଦକ୍ଷିତା ପ୍ରଶିକ୍ଷଣ ଦେବେ। ସେମାନଙ୍କୁ ଯେପରି ଉନ୍ନତ ରୋଜଗାର ମିଳିବ ସେଥିପାଇଁ ସେମାନଙ୍କର ଦକ୍ଷତା ବୃଦ୍ଧି କରାଯିବ। ମିଡିଆ ସହ ଆଲୋଚନା କାଳରେ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ସଚିବ ଅମରଜୀତ ସିହ୍ନା କହିଛନ୍ତି ଯେ, ଏମ୍‌ଜିଏନ୍‌ଆରଇଜିଏ ଯୋଜନାରେ ସାମିଲ ଶ୍ରମିକଙ୍କ ସ୍କିଲ୍‌ ବା ଦକ୍ଷତା ବୃଦ୍ଧିର ଆବଶ୍ୟକତା ରହିଛି। ସେ କେତେ ଦିନ ଧରି ଅଣକୁଶଳୀ ଶ୍ରମିକ ଭାବେ ଜୀବନଯାପନ କରିବେ ବୋଲି ସେ ପ୍ରଶ୍ନ କରିଛନ୍ତି। ସରକାର ଗତ ୨ ବର୍ଷ ହେବ ଏହି ଯୋଜନାକୁ ସୀମିତ ସ୍ତରରେ ଆରମ୍ଭ କରିଥିଲେ। ଏବେ ଏହାକୁ ଯୋଜନାବଦ୍ଧ ଭାବେ ବ୍ୟାପକ ସ୍ତରରେ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି। ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ପ୍ରଶିକ୍ଷଣ ଲାଗି ଟ୍ରେନିଂ କ୍ୟାମ୍ପର ଆୟୋଜନ କରାଯିବ। ଏଥିରେ ସାମିଲ ଶ୍ରମିକଙ୍କୁ ଭତ୍ତା ମଧ୍ୟ ଦିଆଯିବ। ଫଳରେ ପ୍ରଶିକ୍ଷଣ ସମୟରେ ସେମାନଙ୍କୁ ଦୈନନ୍ଦିନ ଖର୍ଚ୍ଚ ପାଇଁ ଅର୍ଥ ମିଳିଯିବ। ଜଣେ ଅଧିକାରୀ କହିଛନ୍ତି ଯେ, ମଜୁରି କ୍ଷତି ହେବା ଭୟରେ ବହୁ ଶ୍ରମିକ ଏହି ଟ୍ରେନିଂରେ ସାମିଲ ହେବାକୁ ଚାହୁଁନାହାନ୍ତି। ଏହି ବାଧାକୁ ଦୂର କରିବା ଲାଗି ଏବେ ପ୍ରୟାସ କରାଯିବ। ଏଥିଲାଗି ଏକ ନିର୍ଦ୍ଧାରିତ ରାଶି ଶ୍ରମିକଙ୍କୁ ଭତ୍ତା ବାବଦରେ ଦିଆଯିବ। ଏଥିଲାଗି ସରକାର ୬୦୦ରୁ ୭୦୦ କୋଟି ଟଙ୍କା ଖର୍ଚ୍ଚ କରିବେ। ଏଥିଲାଗି ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ସ୍କିଲ୍‌ ଡେଭଲପ୍‌ମେଣ୍ଟ ମନ୍ତ୍ରଣାଳୟ ସହ ଆଲୋଚନା ଚାଲିଛି ବୋଲି ସେ କହିଛନ୍ତି। ଚଳିତବର୍ଷ ଅଗଷ୍ଟରୁ ଏହି ସ୍କିମ୍‌ ଆରମ୍ଭ କରାଯିବାର ଯୋଜନା ରହିଛି। ଜଳ ସଂରକ୍ଷଣ ଯୋଜନାକୁ ଏମ୍‌ଜିଏନ୍‌ଆର୍‌ଜିଏ ସହ ଯୋଡାଯିବ ବୋଲି ସରକାର ନିଷ୍ପତ୍ତି ନେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri