ଭଦ୍ରକ ଜିଲା ଚିକିତ୍ସାଳୟର ଏମ୍‌ସିଏଚ୍‌ ସମ୍ପ୍ରସାରଣ ହେବ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଭଦ୍ରକ ଜିଲା ଚିକିତ୍ସାଳୟରେ ଥିବା ଏମ୍‌ସିଏଚ୍‌କୁ ସମ୍ପ୍ରସାରଣ କରାଯାଇ ୧୦୦ ଶଯ୍ୟାବିଶିଷ୍ଟରେ ପରିଣତ କରାଯିବ। ହସ୍ପିଟାଲ୍‌ର ଚାରିପାଖେ ପାଚେରି ଓ ରାସ୍ତା ନିର୍ମାଣ ଲାଗି ୬ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ଶୁକ୍ରବାର ବିଭାଗ ପକ୍ଷରୁ ଆୟୋଜିତ ଏକ ବୈଠକରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଏହି ଅବସରରେ ଭଦ୍ରକ ଜିଲାରେ ଚିକିତ୍ସାସେବା ବ୍ୟବସ୍ଥାକୁ ଆହୁରି ଲୋକାଭିମୁଖୀ କରିବା ତଥା ଖାଲି ଥିବା ଡାକ୍ତର ପଦବୀ ପୂରଣ ଉପରେ ବିଧାୟକମାନେ ଗୁରୁତ୍ୱ ଦେଇଥିଲେ। ଏହାସହ ଭଦ୍ରକରେ ଏକ ମେଡିକାଲ କଲେଜ ପ୍ରତିଷ୍ଠା ଲାଗି ମନ୍ତ୍ରୀଙ୍କୁ ଅନୁରୋଧ ମଧ୍ୟ କରିଛନ୍ତି। ଏହାକୁ ସହୃଦୟତାର ସହ ବିଚାର ଓ ଅନୁଧ୍ୟାନ କରିବାକୁ ମନ୍ତ୍ରୀ ମତ ରଖିଛନ୍ତି। ବୈଠକରେ ବିଧାୟକ ପ୍ରଫୁଲ୍ଲ ସାମଲ, ବିଷ୍ଣୁଚରଣ ସେଠୀ, ବ୍ୟୋମକେଶ ରାୟ, ସଞ୍ଜୀବ କୁମାର ମଲ୍ଲିକ, ବିଷ୍ଣୁବ୍ରତ ରାଉତରାୟ, ଡିଏମ୍‌ଇଟି ପ୍ରଫେସର ସି.ବି.କେ. ମହାନ୍ତି, ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡା. ଦିଲୀପ କୁମାର ଷଡ଼ଙ୍ଗୀଙ୍କ ସମେତ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri