ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ: ଶଯ୍ୟା ସଂଖ୍ୟା ୩୦୦କୁ ବୃଦ୍ଧି

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯାଇ ୩୦୦ ହେବ। ‘ମୋ ସରକାର’ ଟିମ୍‌ ଭଦ୍ରକ ପରିଦର୍ଶନ କରିବା ପରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏନେଇ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟର ଉନ୍ନତି ତଥା ଉତ୍ତମ ସ୍ବାସ୍ଥ୍ୟସେବା ପାଇଁ ୭ (ଜି+୬) ମହଲା ବିଶିଷ୍ଟ ଏକ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌) କମ୍ପ୍ଲେକ୍ସ ନିର୍ମାଣ କରାଯିବ। ଏଥିରେ ୩୦୦ ଶଯ୍ୟା ରହିବ। ବର୍ତ୍ତମାନ ଯେଉଁ ବିଲ୍‌ଡିଂରେ ଜିଲା ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟ କରୁଛି, ସେଥିରେ ୧୯୧ ଶଯ୍ୟା ରହିଛି। ଅଧିକ ରୋଗୀଙ୍କୁ ସେବା ଯୋଗାଇଦେବା ପାଇଁ ଏକ ଅନ୍ତରୀଣ ପଦକ୍ଷେପ ଭାବେ ଶଯ୍ୟା ସଂଖ୍ୟାକୁ ବଢ଼ାଯାଇଛି। ଏହାସହ ରୋଗୀମାନଙ୍କ ଆଟେଣ୍ଡାଣ୍ଟମାନଙ୍କ ଲାଗି ୨୦ ଲକ୍ଷ ଟଙ୍କା ବ୍ୟୟରେ ଏକ ଆଶ୍ରୟସ୍ଥଳୀ ନିର୍ମାଣ କରାଯିବା ସହ ଓପିଡି ପଞ୍ଜୀକରଣ ପାଇଁ ଅଧିକ କାଉଣ୍ଟର ମଧ୍ୟ ଖୋଲାଯିବ। ରୋଗୀ ଓ ଅଟେଣ୍ଡାଣ୍ଟଙ୍କ ସୁବିଧା ପାଇଁ ମୁଖ୍ୟ ଚିକିତ୍ସାଳୟ ପରିସରରେ ପାର୍କିଂ ଏରିଆର ବିକାଶ କରାଯିବ। ଭଦ୍ରକ ଜିଲାର ସଦର ମହକୁମା ଚିକିତ୍ସାଳୟ ରୋଗୀ କଲ୍ୟାଣ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ରୋଗୀ କଲ୍ୟାଣ ସମିତିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ୧୫ ଲକ୍ଷ ଟଙ୍କାର ସହାୟତା ଦିଆଯିବ। ସୂଚନାଯୋଗ୍ୟ, ‘ମୋ ସରକାର’ ଟିମ୍‌ର ଭଦ୍ରକ ଗସ୍ତ ପରେ ରୋଗୀଙ୍କଠାରୁ ମତାମତ ଏବଂ ଡାକ୍ତରମାନଙ୍କ ସହ ଆଲୋଚନାକୁ ଭିତ୍ତିକରି ରାଜ୍ୟ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri