Posted inଭଦ୍ରକ

ଭଦ୍ରକ ଜିଲା ଲକ୍‌ଡାଉନ୍‌ ଘୋଷଣା

 

ଭଦ୍ରକ ଅଫିସ, ୨୪ା୩- କରୋନାର ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଜିଲାରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ପୂର୍ବରୁ କେବଳ ଭଦ୍ରକ ସହରକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଜିଲାର ସମସ୍ତ ପୌରପାଳିକା, ଏନ୍‌ଏସି ଓ ପଞ୍ଚାୟତ ଏହି କଟକଣାରେ ସାମିଲ ହୋଇଛି। ପୂର୍ବ ନିର୍ଦ୍ଦେଶାନାମା ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡ଼ିକୁ ବାଦ୍‌ ଦେଇ ଗାଁ ଓ ସହର ସବୁଠି ଅନ୍ୟ ସମସ୍ତ ଦୋକାନ ବନ୍ଦ ରଖାଯିବ। ମଙ୍ଗଳବାରଠାରୁ ସରକାରୀ କିମ୍ବା ଘରୋଇ ବସ୍‌ ଚଳାଚଳ କରିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଭଦ୍ରକ ସହରର ସମସ୍ତ ପ୍ରବେଶ ପଥରେ ପୋଲିସ ବ୍ଲକିଂ କରି ଲୋକଙ୍କୁ ଘରୁ ନ ବାହାରିବା ପାଇଁ ସଚେତନ କରାଉଛି। ପିସିଆର୍‌ ଭ୍ୟାନ୍‌ଗୁଡ଼ିକରେ ମାଇକ୍‌ ଲଗାଯାଇ ପ୍ରଚାର କରାଯାଉଛି। ଜିଲା ଲୋକସମ୍ପର୍କ ବିଭାଗ ଓ ପୌରପାଳିକା ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ପ୍ରଚାର ଗାଡ଼ି ଘୂରୁଛି। ଲକ୍‌ଡାଉନ୍‌ ଆଇନକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ତାଗିଦ କରାଯାଉଛି। ତେବେ କଟକଣାକୁ ନ ମାନି ସ୍ଥାନୀୟ ଗବସାହିର ଜଣେ ସିମେଣ୍ଟ ବ୍ୟବସାୟୀ ଦୋକାନ ଖୋଲିବାରୁ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବନ୍ତ ଛକର ଅନ୍ୟ ଜଣେ ଯୁବକଙ୍କୁ ପୋଲିସ ଅଟକ ରଖିଛି। ଗ୍ରାମାଞ୍ଚଳ ଥାନା ପୋଲିସ ବରପଦା ବଜାରରୁ ୩ ଜଣ ଚା, ପାନ ଓ ମୋବାଇଲ ଦୋକାନୀଙ୍କୁ ଉଠାଇ ଆଣିଥିବା ଜଣାପଡିଛି।
ପରିବହନ ବିଭାଗ ପକ୍ଷରୁ ଯାଞ୍ଚ
ଲକ୍‌ଡାଉନ୍‌ ସମୟରେ ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ସୋମବାର ଯାଞ୍ଚ କରାଯାଇ ୨୬ ଟି ଗାଡ଼ିରୁ ୧ ଲକ୍ଷ ୨୦ ହଜାର ୫ଶହ ଟଙ୍କା ଜରିମାନା ଆଦାୟ କରାଯାଇଥିବା ଜିଲା ପରିବହନ ଅଧିକାରୀ ବିରଞ୍ଚତ୍ ନାରାୟଣ ଅଧିକାରୀ ସୂଚନା ଦେଇଛନ୍ତି। ଗୋଟିଏ ବାଇକ୍‌ରୁ ସର୍ବାଧିକ ୧୨ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri