ଭଦ୍ରକ-ଧାମରା କୃଷକ ମଞ୍ଚର ଦାବି:ଜମିହରା ପରିବାରର ଜଣଙ୍କୁ ଦିଆଯାଉ ନିଯୁକ୍ତି

ତିହିଡ଼ି, ୨୧।୭ (ଡି.ଏନ.ଏ.) – ଭଦ୍ରକ-ଧାମରା କୃଷକ ମଞ୍ଚ ପକ୍ଷରୁ ଧାମରା ପୋର୍ଟ କମ୍ପାନୀ ଲିମିଟେଡ୍‌(ଡିପିସିଏଲ) ନିକଟରେ ବିଭିନ୍ନ ସମୟରେ କେତେକ ଦାବି ଉପସ୍ଥାପନ କରାଯାଇଥିଲେ ମଧ୍ୟ ତାହା ଏଯାବତ୍‌ ପୂରଣ ହୋଇ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ମଞ୍ଚର କର୍ମକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କର୍ମକର୍ତ୍ତାମାନେ ରବିବାର ତିହିଡ଼ି ଡାକବଙ୍ଗଳାରେ କୋର୍‌ କମିଟି ବୈଠକରେ ମିଳିତ ହୋଇ ଦାବି ସମ୍ପର୍କରେ ଆଲୋଚନା କରିଥିଲେ। ମଞ୍ଚର କୋର୍‌ କମିଟି ଉପଦେଷ୍ଟା ସଚିକାନ୍ତ ନାୟକ ଏଥିରେ ପୌରୋହିତ୍ୟ କରିଥିଲେ। ଗତ ୧୦ ତାରିଖରେ ଜିଲାପାଳଙ୍କ ସାଳନ୍ଦୀ ସଭାଗୃହ ପ୍ରକୋଷ୍ଠରେ ହୋଇଥିବା ଆଲୋଚନା ସମ୍ପର୍କରେ କୃଷକ ମଞ୍ଚର ସାଧାରଣ ସମ୍ପାଦକ ପ୍ରକାଶ କୁମାର ଜେନା ଉପସ୍ଥାପନ କରିଥିଲେ। ସଦସ୍ୟ ବିଶ୍ୱକେଶରୀ ମହାନ୍ତି ଭଦ୍ରକ-ଧାମରା ରେଳପଥ ପାଇଁ ଜମି ହରାଇଥିବା ପରିବାର ଅଭାବ ଅସୁବିଧାରେ ଦିନ କାଟୁଥିବାରୁ ସେହି ପରିବାରର ଜଣଙ୍କୁ ଧାମରା ବନ୍ଦରରେ ନିଯୁକ୍ତି ଦିଆଯାଉ ବୋଲି ଦାବି କରିଛନ୍ତି। ୨୦୧୭ରେ ପୂର୍ବତନ ଜିଲାପାଳ ଲକ୍ଷ୍ମୀନାରାୟଣ ମିଶ୍ର ଧାମରା କୃଷକ ମଞ୍ଚର ପ୍ରସ୍ତାବ ଅନୁଯାୟୀ ୧୦ଜଣଙ୍କୁ ନିଯୁକ୍ତି ଦେବା ପାଇଁ ଡିପିସିଏଲ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ତାହା ଏଯାଏ କାର୍ଯ୍ୟକାରୀ ନ ହେବା ପରିତାପର ବିଷୟ ବୋଲି ବୈଠକରେ କୁହାଯାଇଥିଲା। କୃଷକ ମଞ୍ଚର ସଦସ୍ୟ ନରେନ୍ଦ୍ର ସାହୁ, ବସନ୍ତ ନାୟକ, ପ୍ରଭାତ ରାଉଳ, ଶଶିକାନ୍ତ ଜେନା, ସୁବାସ ନନ୍ଦୀ, ଆଇନଜୀବୀ ମାନଭଞ୍ଜନ ବଳ, ପ୍ରଫୁଲ୍ଲ ପାଢ଼ୀ ଓ ସୁଶାନ୍ତ ଘଡ଼େଇ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri