ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ: ବ୍ୟାଙ୍କ ସ୍ଥାନାନ୍ତରକୁ ନେଇ ଛାତ୍ର ଉତ୍ତେଜନା

ଭଦ୍ରକ ଅଫିସ, ୮।୭ – ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରୁ ୧୮ ବର୍ଷ ପୂର୍ବରୁ ଖୋଲାଯାଇଥିବା ଏକ ବ୍ୟାଙ୍କ ଶାଖାକୁ ସ୍ଥାନାନ୍ତର ନିଷ୍ପତ୍ତିକୁ ବିରୋଧ କରି ସୋମବାର ଛାତ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଉକ୍ତ ବ୍ୟାଙ୍କକୁ ସ୍ଥାନାନ୍ତର କରା ନ ଯିବା ଦାବିରେ ଛାତ୍ରୀଛାତ୍ର କଲେଜର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ସହ ହୋହଲ୍ଲା କରିଥିଲେ। ସେହିପରି କେତେକ ଉତ୍ତ୍ୟକ୍ତ ଛାତ୍ର ବ୍ୟାଙ୍କର ଜଣେ କର୍ମଚାରୀଙ୍କୁ ବ୍ୟାଙ୍କ ଭିତରେ ରଖି ବାହାରୁ ତାଲା ପକାଇ ଦେଇ ଧାରଣାରେ ବସିରହିଥିଲେ। କଲେଜ କ୍ୟାମ୍ପସର ଏକ ଲିଜ୍‌ ପ୍ଲଟରେ ଏହି ବ୍ୟାଙ୍କ ପରିଚାଳିତ ହୋଇ ଆସୁଥିବାବେଳେ ଏହାର ଲିଜ୍‌ ଅବଧି ୨୦୨୨ ମସିହା ଜୁନ୍‌ ମାସ ୩୦ ପର୍ଯ୍ୟନ୍ତ ରହିଛି। ଏହାସତ୍ତ୍ବେ ବ୍ୟାଙ୍କ କର୍ତ୍ତୃପକ୍ଷ ଚଳିତ ମାସ ୧୫ ତାରିଖଠାରୁ କଲେଜ କ୍ୟାମ୍ପସରୁ ଏହି ବ୍ୟାଙ୍କ ଉଠାଇ ନିଆଯାଉଥିବା ନେଇ ସୂଚନା ଜାରି କରିବା ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଘଟଣାସ୍ଥଳରେ ଭଦ୍ରକ ଟାଉନ ଥାନା ପୋଲିସ ପହଞ୍ଚି ଆନ୍ଦୋଳନକାରୀ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲା। ଗୁରୁବାର ବ୍ୟାଙ୍କର ଜୋନାଲ ଅଫିସର୍‌, କଲେଜ କର୍ତ୍ତୃପକ୍ଷ, ପ୍ରଶାସନିକ ସ୍ତରରେ ଜଣେ ମାଜିଷ୍ଟ୍ରେଟ୍‌ ଓ ଛାତ୍ରୀଛାତ୍ର ଉପସ୍ଥିତ ରହି ଆଲୋଚନା ହେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସ୍ଥିର ହେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏ ସମ୍ପର୍କରେ କଲେଜ କର୍ତ୍ତୃପକ୍ଷ ବ୍ୟାଙ୍କର ଜୋନାଲ ଅଫିସର୍‌ଙ୍କୁ ଅବଗତ କରାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri