ଭଦ୍ରକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର: ‘ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ଲୋକଙ୍କ ସେବାରେ ଥିବି’

ଭଦ୍ରକ ଅଫିସ/ବାସୁଦେବପୁର/ବନ୍ତ/ଧାମନଗର, ୨୪।୪ (ଡି.ଏନ.ଏ.) – ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ବିଜେଡି ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ଦଳୀୟ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରି ଫେରିଛନ୍ତି। ୪ଟି ଭିନ୍ନ ଭିନ୍ନ ସ୍ଥାନରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ପହଞ୍ଚି ଭଦ୍ରକ ଲୋକ ସଭା ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ, ବାସୁଦେବପୁର ବିଧାନସଭା ପ୍ରାର୍ଥୀ ବିଷ୍ଣୁବ୍ରତ ରାଉତରାୟ, ଧାମନଗର ବିଧାନସଭା ପ୍ରାର୍ଥୀ ରାଜେନ୍ଦ୍ର ଦାସ, ଭଣ୍ଡାରିପୋଖରୀ ବିଧାନସଭା ପ୍ରାର୍ଥୀ ପ୍ରଫୁଲ୍ଲ ସାମଲ, ଭଦ୍ରକ ବିଧାନସଭା ପ୍ରାର୍ଥୀ ସଞ୍ଜୀବ ମଲ୍ଲିକଙ୍କୁ ଭୋଟ ଦେବାକୁ  ନିବେଦନ କରିଥିଲେ। ସମୁଦାୟ ୩ ଘଣ୍ଟା ୧୫ ମିନିଟ୍‌ ସମୟ ବିତାଇ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଯାଜପୁର ଅଭିମୁଖେ ଗସ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ବାସୁଦେବପୁର ଏବି କଲେଜ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ ନିକଟସ୍ଥ ଯାଦବ ପଡ଼ିଆଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଉପେକ୍ଷା ଓ ଅବହେଳାକୁ ସେ ତୀବ୍ର ସମାଲୋଚନା କରିଥିଲେ। କେନ୍ଦ୍ର ସରକାର ସବୁବେଳେ ଓଡ଼ିଶାକୁ ଜାଣିଶୁଣି ଅବହେଳା ପ୍ରଦର୍ଶନ କରୁଛନ୍ତି। ବନ୍ୟା, ବାତ୍ୟା, ପ୍ରାକୃତିକ ବିପର୍ଯ୍ୟୟ, ତିତ୍‌ଲି, ହୁଡ୍‌ହୁଡ୍‌, ମରୁଡ଼ି ବେଳେ କେନ୍ଦ୍ରୀୟ ନେତାଙ୍କର ଦେଖା ମିଳେନି। ନିର୍ବାଚନ ଆସିଲେ କେବଳ ଭୋଟ ମାଗିବାକୁ ଆସିଯାଆନ୍ତି। କାଳିଆ ଯୋଜନାକୁ ବନ୍ଦ କରିବାକୁ ଷଡ଼ଯନ୍ତ୍ର କରାଯାଉଛି। ଏହାକୁ କେହି ବନ୍ଦ କରିପାରିବେନି ବୋଲି ସେ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ରାଜ୍ୟର ବିଜେଡି ସରକାର ଓଡ଼ିଶାର ଲୋକଙ୍କ ହିତ ପାଇଁ କାର୍ଯ୍ୟ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଶେଷ ନିଃଶ୍ୱାସ ପର୍ଯ୍ୟନ୍ତ ସେ ଓଡ଼ିଶାବାସୀଙ୍କ ସେବାରେ ନିୟୋଜିତ ରହିବେ ବୋଲି ଦୋହରାଇଥିଲେ। ଏହି  ସଭାରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ବିଜେଡି ବ୍ଲକ ଉପସଭାପତି ନଗେନ୍ଦ୍ର ବିଶ୍ୱାଳ, ଭାଗୀରଥି ବଳ, ଯୁବ ବିଜେଡି ନଗର ସଭାପତି ମାନସ ସାହୁ, ବ୍ଲକ ସଭାପତି ଅସିତ ଦାଶ, ଜିଲା ଉପସଭାପତି ଦେବଦର୍ଶନ ଦାଶ, ସରପଞ୍ଚ କୀର୍ତ୍ତନ ରାଉତ ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ। ଭାଜପା ଛାଡ଼ିଥିବା ଯୁବନେତା ବିଶ୍ୱଜିତ ବେହେରା ଓ ନିର୍ମାଣ ମଜ୍‌ଦୁର ସଂଘର ବ୍ଲକ ସଭାପତି କୃପାସିନ୍ଧୁ ମଳିକ ବିଧିବଦ୍ଧ ଭାବେ ଏହି ଅବସରରେ ବିଜେଡିରେ ମିଶିଥିଲେ।

ମୁଖ୍ୟମନ୍ତ୍ରୀ ବାସୁଦେବପୁରରୁ ଭଦ୍ରକ ଅଭିମୁଖେ ହେଲିକପ୍ଟର ଯୋଗେ ଯାତ୍ରା କରି ନେହେରୁ ଷ୍ଟାଡିୟମଠାରେ ଅବତରଣ କରିଥିଲେ। ସେଠାରେ ଆୟୋଜିତ ସଭାରେ ବିଧାୟକ ପ୍ରାର୍ଥୀ ସଞ୍ଜୀବ ଓ ଲୋକ ସଭା ପ୍ରାର୍ଥୀ ମଞ୍ଜୁଲତାଙ୍କୁ ଭୋଟ ଦେବା ଲାଗି ନିବେଦନ କରିଥିଲେ। ବିଜେଡି ଜିଲା ସଭାପତି ଜଗନ୍ନାଥ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଧାୟକ ପ୍ରାର୍ଥୀ ସଞ୍ଜୀବ ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା, ଭଦ୍ରକ କଲେଜକୁ ବିଶ୍ୱବିଦ୍ୟାଳୟ ଘୋଷଣା, ଅତ୍ୟାଧୁନିକ ସୁବିଧା ଉପଲବ୍ଧ କରାଇ ସହରକୁ ସ୍ମାର୍ଟସିଟି କରାଇବା ଭଳି ଅନେକ ବିକାଶମୂଳକ ପ୍ରତିଶ୍ରୁତି ଦେଇଥିଲେ। ଜିଲା ଛାତ୍ର ବିଜେଡି ସଭାପତି ତଥାଗତ ସାମଲଙ୍କ ସମେତ ବହୁ ଦଳୀୟ ସରପଞ୍ଚ, ସମିତିସଭ୍ୟ ସଭାରେ ଉପସ୍ଥିତ ଥିଲେ। ପରେ  ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବନ୍ତ ହାଟପଡ଼ିଆଠାରେ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ପ୍ରାରମ୍ଭରେ ବ୍ଲକ ବିଜେଡି ସଭାପତି କମଳାକାନ୍ତ ସାହୁଙ୍କ ମଞ୍ଚ ପରିଚାଳନାରେ ଅନୁଷ୍ଠିତ ସଭାରେ ପୂର୍ବତନ ବିଧାୟକ ରଥ ଦାସ, ରାଜ୍ୟ ବିଜେଡି ସମ୍ପାଦିକା ସୁଜାତା ଜେନା, ବରିଷ୍ଠ ନେତା ସୁଧାକର ନନ୍ଦ, ଜିଲାପରିଷଦ ସଭ୍ୟା ରେବତୀ ନାୟକ, ସଭ୍ୟ ରବୀନ୍ଦ୍ର ଦାସ, ଆଇନଜୀବୀ ମାଧବାନନ୍ଦ ଦାସ, ଜଇନୁଲ ଆବେଦିନ, ବ୍ଲକ ଯୁବ ବିଜେଡି ସଭାପତି ସତ୍ୟସାଧନ ବେଜ, ଦୀପ୍ତିସୂର୍ଯ୍ୟ ବିଶ୍ୱାଳ, ମନ୍ତ୍ରୀଙ୍କ ପ୍ରତିନିଧି ଜିତେନ୍ଦ୍ର ନାୟକ, ବ୍ଲକ ବିଜେଡି ସମ୍ପାଦକ ସୁବାସ ଦାସ, ଟିଲୋ ସରପଞ୍ଚ ନିହାରିକା ରାଉତ, ବ୍ଲକ ଛାତ୍ର ବିଜେଡି ସଭାପତି ପ୍ରଣବ କିଶୋର ଲେଙ୍କା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ।

ଶେଷରେ ମୁଖ୍ୟମନ୍ତ୍ରୀ ଧାମନଗର ନିର୍ବାଚନମଣ୍ଡଳୀର ଧୂଷୁରୀ ବାସନ୍ତୀ ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେଇଥିଲେ। ଦଳୀୟ ପ୍ରାର୍ଥୀ ରାଜେନ୍ଦ୍ର ଓ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ ଭୋଟ ନିବେଦନ କରିବା ସହ କେନ୍ଦ୍ର ସରକାର ତଥା ଭାଜପାକୁ ଟାର୍ଗେଟ୍‌ କରି ବକ୍ତବ୍ୟ ରଖିଥିଲେ। ବିଜେଡି ବ୍ଲକ ସଭାପତି ରଘୁନାଥ ଲେଙ୍କା ସଭାରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ମୁକ୍ତିକାନ୍ତ, ହରେକୃଷ୍ଣ ପାଢୀ, ବ୍ଲକ ନାରୀନେତ୍ରୀ ସୁରତୀ ନାୟକ, ଜିଲା ନାରୀନେତ୍ରୀ ବିଦ୍ୟୁତଲତା ନାୟକ, ପ୍ରଦୀପ ମଲ୍ଲିକ, ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ବ୍ଲକ ସମ୍ପାଦକ ସେକ୍‌ ଜାଫର ଅଲ୍ଲୀ ପ୍ରମୁଖ ଯୋଗଦେଇଥିଲେ। ଲୋକ ସଭା ପ୍ରାର୍ଥୀ ମଞ୍ଜୁଲତା ତାଙ୍କ ବକ୍ତବ୍ୟରେ ମହିଳାମାନଙ୍କୁ ନବୀନବାବୁ ସମ୍ମାନ ଦେଉଥିବା ପ୍ରମାଣ ଦେଇ ତାଙ୍କୁ ଭଦ୍ରକରେ ପ୍ରଥମ ମହିଳା ଏମ୍‌ପି ପ୍ରାର୍ଥୀ ଭାବେ ଟିକେଟ ପ୍ରଦାନ କରିଥିବାରୁ କୃତଜ୍ଞତା ଜଣାଇଥିଲେ। ଶେଷରେ ନାରୀନେତ୍ରୀ ବିଦ୍ୟୁତ୍‌ଲତା ନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri