Posted inଜାତୀୟ

ଭବାନିପୁର ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ମମତା, ପୂର୍ବରୁ ଦୁଇ ଥର ହୋଇ ସାରିଛନ୍ତି ବିଜୟୀ

କୋଲକାତା,୧୦ ।୯: ପଶ୍ଚିମବଙ୍ଗର ହାଇ ପ୍ରୋଫାଇଲ ବିଧାନସଭା ଆସନ ଭବାନିପୁର ପାଇଁ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ ଅନୁଷ୍ଠିତ ହେବ । ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର ଏହି ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଏହି ଆସନରୁ ପୂର୍ବରୁ ସେ ଦୁଇଥର ବିଜୟୀ ହୋଇ ସାରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଆସନ ବଞ୍ଚାଇବାକୁ ଏହି ଆସନରୁ ବିଜୟୀ ହେବା ଜରୁରୀ । ମେ’ ୨ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଅନୁଯାୟୀ ମମତା ନନ୍ଦିଗ୍ରାମ ଆସନରୁ ହାରି ଯାଇଥିଲେ । ଏହାପରେ ବି ମମତା ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ । ବର୍ତ୍ତମାନ ସେ ବିଧାନସଭାର ସଦସ୍ୟ ନୁହଁନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ହେବାର ୬ମାସ ମଧ୍ୟରେ ତାଙ୍କୁ ସଦସ୍ୟତା ହାସଲ କରିବା ଜରୁରୀ । ଏପଟେ ଭାବନିପୁରର ବିଧାୟକ ଥିବା ଶୋଭନ ଦେବ ଚଟୋପାଧ୍ୟାୟ ଏବେ ଖରଦାହା ବିଧାନସଭା ଆସନରୁ ନିର୍ବାଚନ ଲଢିବେ । ଯେ କି ମମତାଙ୍କ ନିର୍ବାଚନ ଲଢିବା ପାଇଁ ଭବାନିପୁର ଆସନରୁ ଇସ୍ତଫା ଦେଇଥିଲେ । ଏହା ପୂର୍ବରୁ ମମତା ଦୁଇଥର ଭବାନିପୁର ଆସନରୁ ବିଜୟୀ ହୋଇଛନ୍ତି । ଭବାନିପୁର ବ୍ୟତୀତ ସେପ୍ଟେମ୍ବର ୩୦ରେ ଶମଶେରଗଞ୍ଜ ଓ ଜଙ୍ଗିପୁର ବିଧାନସଭା ଆସନ ପାଇଁ ଭୋଟିଂ ହେବ । ମତଗଣନା ୩ ଅକ୍ଟୋବରରେ ହେବ । ଏହି ଆସନରେ ମମତାଙ୍କୁ ଟକ୍କର ଦେବେ ଭାରତୀୟ ଜନତା ପାର୍ଟି(ଭଜପା)ର ପ୍ରିୟଙ୍କା ଟେବରିୱାଲ ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri