ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌: ତୃତୀୟ ଦିବସ ଷ୍ଟାର ଇଲେଭେନ୍‌ ୨-୦ ବିଜୟୀ

ଭବାନୀପାଟଣା,୧୮।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ମଙ୍ଗଳବାର ଏନ୍‌ଡିସିସି ବନାମ ଷ୍ଟାର ଇଲେଭେନ୍‌ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଷ୍ଟାର ଇଲେଭେନ୍‌ ୨-୦ ଗୋଲରେ ବିଜୟୀ ହୋଇଥିଲା। ଷ୍ଟାର ଇଲେଭେନ୍‌ ତରଫରୁ ବିମଲ ମାଝି ୧ ଗୋଲ ଓ ନାରାୟଣ ପ୍ରଧାନ ୧ ଗୋଲ ଦେଇଥିଲେ । ଏହାର ଜବାବରେ ଏନ୍‌ଡିସିସି ଦଳ ତରଫରୁ କୌଣସି ଗୋଲ ଦେଇ ପାରି ନ ଥିଲେ। ଫଳରେ ଷ୍ଟାର ଇଲେଭେନ୍‌ ବିଜୟୀ ହୋଇଥିଲା। ତୃତୀୟ ଦିବସର ମ୍ୟାଚ୍‌ରେ ଅତିଥି ଭାବେ ଜାତୀୟସ୍ତର ଫୁଟବଲ ପରିଚାଳକ ତଥା କଳାହାଣ୍ଡି ଜିଲା କ୍ରୀଡା ସଂସ୍ଥା ପୂର୍ବତନ ଯୁଗ୍ମ ସମ୍ପାଦକ ସୁରେନ୍ଦ୍ର ପ୍ରସାଦ ନେଗୀ ଯୋଗଦେଇଥିଲେ। ତୃତୀୟ ଦିବସରେ ଅନ୍ତର୍ଜାତୀୟ ଫୁଟବଲ ରେଫରୀ ନବୀନ ନାଏକ, ମନୋଜ କୁମାର ବିଶ୍ୱାଳ, ପି.ଭି ରାଓ ଓ ଅଶୋକ କୁମାର ବାଗ ପ୍ରମୁଖ ଖେଳ ପରିଚାଳନା କରିଥିଲେ। କ୍ରୀଡା ସଂସ୍ଥା ସମ୍ପାଦକ ତଥା ଓଡିଶା ଆଥୋଲେଟିକ୍‌ ଆସୋସିଏଶନ୍‌ ସଭାପତି ଜଗମୋହନ ପଟ୍ଟନାୟକ ଓ ଉପସଭାପତି ସୁରେନ୍ଦ୍ର ନାଥ ତ୍ରିପାଠୀ ଓ ଅନ୍ୟ କର୍ମକର୍ତ୍ତା ସହଯୋଗ କରିଥିଲେ। ବୁଧବାର ଚତୁର୍ଥ ମ୍ୟାଚ୍‌ ଜିଲା କ୍ରୀଡା ଛାତ୍ରାବାସ ଓ ମର୍ନିଂ କ୍ଲବ ମଧ୍ୟରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri