ଭବାନୀପାଟଣା ରେଳ ଷ୍ଟେଶନ ପାଇଁ ଖର୍ଚ୍ଚ ହେବ ୨୧ କୋଟି

ଭବାନୀପାଟଣା,୬।୮(ଉତ୍ତମ କୁମାର ଦାଶ): କେନ୍ଦ୍ର ସରକାର ଅମୃତ ଭାରତ ଷ୍ଟେଶନ ଯୋଜନାରେ ରବିବାର କଳାହାଣ୍ଡି ଜିଲା ଭବାନୀପାଟଣା ରେଳ ଷ୍ଟେଶନକୁ ସାମିଲ କରିଛନ୍ତି। ଫଳରେ ଷ୍ଟେଶନର ପୁନଃନିର୍ମାଣ ସହ ସୌନ୍ଦର୍ଯ୍ୟକରଣ ସକାଶେ ୨୧ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିରେ ଉନ୍ନତମାନର ଯାତ୍ରୀ ପ୍ରତୀକ୍ଷାଳୟ, ଫୁଟ୍‌ ବ୍ରିଜ, ଅତ୍ୟାଧୁନିକ ଶୌଚାଳୟ, ଷ୍ଟେଶନର ପ୍ରବେଶ ଦ୍ୱାର ଓ ବାହ୍ୟ ଦ୍ୱାର, ଟ୍ରାଫିକ ପାଇଁ ଉନ୍ନତ ସଞ୍ଚାଳନ କ୍ଷେତ୍ର, ପାର୍କିଂ, ଉଜ୍ଜ୍ୱଳ ଆଲୋକ, ସବୁଜ ଶକ୍ତି ବ୍ୟବହାର କରି ପରିବେଶ ଅନୁକୂଳ ପ୍ଲାଟଫର୍ମ, ଉନ୍ନତମାନର ବିଲ୍‌ଡିଂ ନିର୍ମାଣ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମୋଡ୍‌ରେ ଯୋଗଦେଇ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଭବାନୀପାଟଣା ରେଳ ଷ୍ଟେଶନରେ ଆୟୋଜିତ କାର୍ଯ୍ୟକ୍ରମରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକ, ପଦ୍ମଶ୍ରୀ ପଟ୍ଟାୟତ ସାହୁଙ୍କ ସମେତ ସମ୍ବଲପୁର ରେଳ ଡିଭିଜନର ଏଡିଆର୍‌ଏମ୍‌ ଓ ଅନ୍ୟ ରେଳ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?