ଭବାନୀପାଟଣାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ

ଭବାନୀପାଟଣା, ୨୫।୪ (ଡି.ଏନ.ଏ.)- କଳାହାଣ୍ଡି ଜିଲାରେ କରୋନା ମୁକାବିଲା ପାଇଁ ଭବାନୀପାଟଣା ସହର ନିକଟସ୍ଥ ବାନ୍ଦପଲାସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟଠାରେ କୋଭିଡ ହସ୍ପିଟାଲ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହାକୁ ରାଜ୍ୟ ସରକାରଙ୍କ ତରଫରୁ ଜିଲା ପ୍ରଶାସନ ପରିଚାଳନା କରୁଥିବା ବେଳେ ଓଡିଶା ଖଣି ନିଗମ ଏହି କୋଭିଡ ହସ୍ପିଟାଲ ପାଇଁ ଆର୍ଥତ୍କ ସହାୟତା ପ୍ରଦାନ କରିଛି । ୨୦୦ ଶଯ୍ୟା ବିଶିଷ୍ଟ ଏହି କୋଭିଡ ହସ୍ପିଟାଲରେ ୬ଟି ଭେଣ୍ଟିଲେଟର ସୁବିଧା ଥିବା ଆଇସିୟୁ ରହିଛି । କୋଭିଡ ସନ୍ଦିଗ୍ଧମାନଙ୍କୁ ରଖାଯିବା ପାଇଁ ୭୦ଟି ସଙ୍ଗରୋଧ କୋଠରି ରହିଛି । ସେଠାରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । କୋଭିଡ ହସ୍ପିଟାଲରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କ ରହିବା ଓ ଖାଇବା ବ୍ୟବସ୍ଥା ରହିଛି । ବର୍ତ୍ତମାନ ଏହି ହସ୍ପିଟାଲରେ ୧୭ଜଣ ଡାକ୍ତର ଅଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ଡାକ୍ତର ଆଇସିୟୁ ପରିଚାଳନା ତାଲିମପ୍ରାପ୍ତ। ୫୧ଜଣ ଷ୍ଟାଫ ନର୍ସ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ମଧ୍ୟରୁ ୧୦ଜଣ ଷ୍ଟାଫ ନର୍ସ ଆଇସିୟୁ ପରିଚାଳନା ତାଲିମ ନେଇଛନ୍ତି । ୯ଜଣ ଫାର୍ମାସିଷ୍ଟ ଅଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଫାର୍ମାସିଷ୍ଟ ଆଇସିୟୁ ତାଲିମ ପାଇଛନ୍ତି । ୮ଜଣ ଲ୍ୟାବ ଟେକ୍ନିସିଆନ, ଜଣେ ମାଇକ୍ରୋ ବାଇଲୋଜିଷ୍ଟ ଏବଂ ତାଙ୍କୁ ସହଯୋଗ କରିବା ପାଇଁ ସ୍ବାସ୍ଥ୍ୟ କର୍ମଚାରୀ, ସିକ୍ୟୁରିଟି, ସୁଇପର୍‌ ଅଛନ୍ତି । ଭବିଷ୍ୟତରେ ଆବଶ୍ୟକତା ଅନୁଯାୟୀ ବିଭିନ୍ନ ପଦବୀ ପୂରଣ କରାଯିବ । ଏହି କୋଭିଡ ହସ୍ପିଟାଲର ଅଧିକାରୀ ଭାବରେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଡିଏଫଓ ଟି. ଅଶୋକ କୁମାର ଓ ଅଧିକୃତ ମେଡିକାଲ ଅଫିସର ଭାବରେ ଡ. ନିହାରେନ୍ଦ୍ର ପଣ୍ଡାଙ୍କୁ କୋଭିଡ ହସ୍ପିଟାଲର ସମସ୍ତ ପ୍ରଶାସନିକ ପରିଚାଳନା ଦାୟିତ୍ୱ ପ୍ରଦାନ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri