Posted inଖେଳ

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର କୋଚ୍‌ ପଦ ପାଇଁ ଆବେଦନ କରିବି- ଗାଙ୍ଗୁଲି

କୋଲକାତା,୩।୮- ଆଗାମୀ ଭବିଷ୍ୟତରେ ମୁଁ ଭାରତୀୟ ଦଳର କୋଚ୍‌ ହେବାକୁ ଚାହିଁବି। ହେଲେ ବର୍ତ୍ତମାନ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଲାଗି ଇଚ୍ଛା ନାହିଁ ବୋଲି ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି କହିଛନ୍ତି। ଦାଦା ଭାବେ ପରିଚିତ ୪୭ ବର୍ଷୀୟ ପୂର୍ବତନ କ୍ରିକେଟର ଏବେ କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି)ର ସଭାପତି ଅଛନ୍ତି। ଏହା ବ୍ୟତୀତ ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସ ସହ ଉପଦେଷ୍ଟା ଥିବାବେଳେ କ୍ରିକେଟ ଭାଷ୍ୟକାର ଭାବେ ମଧ୍ୟ କାର୍ଯ୍ୟ କରୁଛନ୍ତି। ଏକ ଇଭେଣ୍ଟରେ ଯୋଗଦେବା ଅବସରରେ ଗାଙ୍ଗୁଲି କହିଛନ୍ତି, ବର୍ତ୍ତମାନ ମୁଁ ଆଇପିଏଲ୍‌, ସିଏବି, ଟିଭି କମେଣ୍ଟ୍ରି ସହ ଜଡ଼ିତ ରହିଛି। ଏଗୁଡ଼ିକୁ ଶେଷ କରିବାକୁ ସମୟ ଦରକାର। ଭବିଷ୍ୟତରେ ମୁଁ ନିଶ୍ଚିତ ଭାରତୀୟ ଦଳର ମୁଖ୍ୟକୋଚ୍‌ ପଦ ଲାଗି ଆବେଦନ କରିବି। ଏହାବାଦ୍‌ କୋଚ୍‌ ଲାଗି ଆବେଦନକାରୀଙ୍କ ମଧ୍ୟରେ ମୁଁ ବଡ଼ ନାମ ଦେଖିପାରୁ ନାହିଁ। ମାହେଲା ଜୟବର୍ଦ୍ଧନେ ଆବେଦନ କରିବେ ବୋଲି ଶୁଣିଥିଲି। କିନ୍ତୁ ସେ କଲେ ନାହିଁ। ଉପଦେଷ୍ଟା କମିଟି କ’ଣ ନିଷ୍ପତ୍ତି ନେବ ମୁଁ ଜାଣି ନାହିଁ। ସେ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ସମ୍ପର୍କରେ ମତ ଦେବାକୁ ମନା କରିି ଦେଇଛନ୍ତି। ଉଲ୍ଲେଖଥାଉ କି, ଗାଙ୍ଗୁଲିଙ୍କ ଅଧ୍ୟକ୍ଷତାରେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଶାସ୍ତ୍ରୀଙ୍କୁ ଟିମ୍‌ ଇଣ୍ଡିଆର କୋଚ୍‌ ପାଇଁ ଚୟନ କରିଥିଲେ। ଏବେ କମିଟି ଅଧ୍ୟକ୍ଷ ପଦରେ କପିଳ ଦେବ ଅଛନ୍ତି। ଏହାର ସଦସ୍ୟ ଅଂଶୁମାନ ଗାଏକ୍ୱାଡ ଓ ଶାନ୍ତା ରଙ୍ଗାସ୍ବାମୀ ନୂଆ କୋଚ୍‌ ଚୟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri