ଭରତପୁର କୋଇଲା ଖଣି ଦୁର୍ଘଟଣା ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ରୁଦ୍ଧଦ୍ବାର ବୈଠକ, ୩ ପ୍ରସଙ୍ଗରେ ଆଲୋଚନା

ଅନୁଗୋଳ ଅଫିସ,୩୧।୭: ଅନୁଗୋଳ ଜିଲା ତାଳଚେରସ୍ଥିତ ଭରତପୁର କୋଇଲା ଖଣି ଦୁର୍ଘଟଣାକୁ ନେଇ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଜିଲାପାଳଙ୍କ ସହ ଏମ୍‌ସିଏଲ୍‌ର ଉଚ୍ଚପଦସ୍ଥ ଅଧିକାରୀ, ପୋଲିସ, ତାଳଚେର ବିଧାୟକ, ପାଲଲହଡ଼ା ବିଧାୟକ, ମୃତକଙ୍କ ପରିବାର ଲୋକେ ଓ ତାଳଚେରର ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏଥିରେ ୩ଟି ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ପରିବାରର ଜଣେ ସଦସ୍ୟଙ୍କୁ ସ୍ଥାୟୀ ଚାକିରି ଓ କ୍ୱାର୍ଟର ପ୍ରଦାନ, କୋଇଲା ଖଣିର ସୁରକ୍ଷା ଯାଞ୍ଚ ଓ ଦୁର୍ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ନେଇ ଦାବି କରାଯାଇଛି। ତେବେ ମୃତକଙ୍କ ପରିବାରକୁ ସ୍ଥାୟୀ ନିଯୁକ୍ତି ସହ ଆର୍ଥିକ ସହାୟତା ପ୍ରଦାନ ପାଇଁ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷଙ୍କୁ କୁହାଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି। ଏଥି ସହ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ସେଫ୍ଟି ପ୍ରମାଣପତ୍ର ଦେବାପରେ ମାଇନିଂ ଅପରେଶନ ଜାରି ହେବ ବୋଲି ସେ କହିଛନ୍ତି। ସେଫ୍ଟିରେ କୌଣସି ସାଲିସ କରାଯିବ ନାହିଁ ବୋଲି ଜିଲାପାଳ ମହାନ୍ତି ପ୍ରକାଶ କରିଛନ୍ତି। ଏଥିସହ ଘଟଣାର ତଦନ୍ତ ଟେକ୍ନିକାଲ କମିଟି ଜାରି ରଖିଛି। ସିଏମ୍‌ଆର୍‌ଆଇ ଟେକ୍ନିକାଲ ଟିମ ଘଟଣାର ତଦନ୍ତ କରିବ ବୋଲି ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିବା ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri