ଭରସା ସାଜିଛି ବିପଦସଙ୍କୁଳ ବାଉଁଶ ପୋଲ

ସାକ୍ଷୀଗୋପାଳ, ୨୦ା୭(ଡି.ଏନ୍‌.ଏ.): ରତ୍ନଚିରା ଖଲାସୀ ନାଳପାରି ହେବାପାଇଁ ସ୍ଥାୟୀ ସେତୁଟିଏ ନାହିଁ। ଫଳରେ ପୁରୀଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଶ୍ରୀରାମଚନ୍ଦ୍ରପୁର ଗ୍ରାମପଞ୍ଚାୟତ ମଧୁବନ ମାଳର ଲୋକମାନେ ବିପଦସଙ୍କୁଳ ଭାବେ ବାଉଁଶ ପୋଲରେ ପାରି ହେଉଛନ୍ତି। ବର୍ଷବର୍ଷ ଧରି ସେମାନେ ଏହି ଅସ୍ଥାୟୀ ପୋଲରେ ଯାତାୟାତ କରୁଥିଲେ ମଧ୍ୟ ସମସ୍ୟାର ସ୍ଥାୟୀ ସମାଧାନ ହୋଇ ପାରୁ ନ ଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ୧୭ଟି ପରିବାରର ଲୋକଙ୍କର ଜୀବନ ଜୀବିକା ଏହି ବାଉଁଶ ପୋଲ ଉପରେ ନିର୍ଭର କରୁଛି। ବିପଦ ପୂର୍ଣ୍ଣ ଭାବରେ ପ୍ରତିଦିନ ପିଲାମାନେ ସ୍କୁଲ କଲେଜକୁ ଯିବା ଆସିବା କରୁଛନ୍ତି। ସେତୁଟିଏ ନିର୍ମାଣ କରିବାକୁ ପ୍ରଶାସନ ଠାରୁ ରାଜନେତାଙ୍କ ନିକଟରେ ଗ୍ରାମବାସୀ ବାରମ୍ବାର ଦାବି କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା କ୍ଷୋଭର ସହ କହିଛନ୍ତି। ଜଳସମ୍ପଦ ବିଭାଗ ପକ୍ଷରୁ ସେଠାରେ ପାଦଚଲା ସେତୁଟିଏ ନିର୍ମାଣ ପାଇଁ ୨୦୧୨ ମସିହାରେ ଟେଣ୍ଡର ଡକାଯାଇଥିଲା। ମାତ୍ର ମଞ୍ଜୁର ହୋଇଥିବା ଅନୁଦାନରେ କାମ କରିବା ସମ୍ଭବ ନ ହେବାରୁ ଟେଣ୍ଡର ନେଇଥିବା ଠିକାଦାର ଏହି କାମଟି କରି ପାରି ନ ଥିଲେ। ସେବେଠାରୁ ପୂର୍ବପରି ସମାସ୍ୟାଟି ପଡିରହିଥିବା ବେଳେ ଶ୍ରୀରାମଚନ୍ଦ୍ରପୁର ସରପଞ୍ଚ ମଳୟ ମଞ୍ଜରୀ ମୁଦୁଲି ବିଜୁ ସେତୁ ଯୋଜନାରେ ଏଠାରେ ଏକ ସ୍ଥାୟୀ ସେତୁ ନିର୍ମାଣ କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଦେଇଥିବା ପ୍ରସ୍ତାବ କେବଳ ପ୍ରସ୍ତାବରେ ସୀମିତ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri