Posted inରାଜ୍ୟ

ଭର୍ଚୁଆଲ ରାଲିରେ ଓଡିଶାବାସୀଙ୍କୁ ସମ୍ବୋଧିତ କଲେ ଗୃହମନ୍ତ୍ରୀ

ଭୁବନେଶ୍ୱର,୮।୬(ବ୍ୟୁରୋ)-ମୋଦି ସରକାରର ୨ୟ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ଭର୍ଚୁଆଲ ରାଲିରେ ସୋମବାର ଗୃହମନ୍ତ୍ରୀ ଅମିତ ଶାହ ଓଡିଶାବାସୀଙ୍କୁ ସମ୍ବୋଧିତ କରିଛନ୍ତି। ରାମମନ୍ଦିର ନିର୍ମାଣ, ନାଗରିକତା (ସଂଶୋଧନ) ଆଇନ ପ୍ରୟଣନ, କଶ୍ମୀରରୁ ଧାରା ୩୭୦ ପ୍ରତ୍ୟାହାର କ୍ଷେତ୍ରରେ ସରକାରଙ୍କ ସଫଳତା ବିଷୟରେ ଗୃହମନ୍ତ୍ରୀ ଶାହ ମତବ୍ୟକ୍ତ କରିଛନ୍ତି। ଆୟୁଷମାନ ଭାରତ ଯୋଜନା ମାଧ୍ୟମରେ ମୋଦି ସରକାର ଦେଶର ଗରିବ ଲୋକଙ୍କୁ ସ୍ବାସ୍ଥ୍ୟ ସେବାର ସୁରକ୍ଷା ପ୍ରଦାନ କରୁଛନ୍ତି। ସେହିପରି ଉଜ୍ଜ୍ୱଳା ଯୋଜନାରେ  ୮ କୋଟି ଗରିବ ଲୋକ ରନ୍ଧନ ଗ୍ୟାସ ପାଇପାରିଛନ୍ତି। ଗତ ୬ ବର୍ଷ ମଧ୍ୟରେ ୧୦ କୋଟି ପରିବାରକୁ ଶୌଚାଳୟ ଓ ଅଢେଇ କୋଟି ପରିବାରକୁ ଘର ଦିଆଯାଇଛି ବୋଲି ଗୃହମନ୍ତ୍ରୀ ଶାହ ପ୍ରକାଶ କରିଥିଲେ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ମୋଦି ସରକାର ଦେଶର ବିକାଶ ପାଇଁ ନେଇଥିବା ପଦକ୍ଷେପ ସମ୍ପର୍କରେ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ଭାଜପା ପ୍ରଦେଶ ସଭାପତି ସମୀର ମହାନ୍ତି, ଓଡିଶା ପ୍ରଭାରୀ ଅରୁଣ ସିଂ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?