Posted inଜାତୀୟ

ଭଲ ବ୍ୟବହାର ପାଇଁ କୋହଳ ହେବନି ଫାଶୀଦଣ୍ଡାଦେଶ

ନୂଆଦିଲ୍ଲୀ,୨୪ା୧(ପି.ଟି.):ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀ ଯଦି ଦୋଷୀସାବ୍ୟସ୍ତ ହେବା ପରେ ଜେଲ୍‌ରେ ଭଲ ବ୍ୟବହାର ଦେଖାନ୍ତି, ତେବେ ସେମାନଙ୍କୁ ଦଣ୍ଡରୁ ମୁକ୍ତି ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଏପରି ହେଲେ ମୃତ୍ୟୁଦଣ୍ଡାଦେଶ ପାଇଥିବା କୌଣସି ଅପରାଧୀଙ୍କୁ ଫାଶୀ ଦିଆଯାଇପାରିବ ନାହିଁ ବୋଲି ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ଏସ୍‌.ଏ. ନାଜିର ଏବଂ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ମତ ଦେଇଛନ୍ତି।
ପରିବାରର ୭ ଜଣଙ୍କୁ ହତ୍ୟା କରିବା ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇ ମୃତ୍ୟୁଦଣ୍ଡାଦେଶ ପାଇଥିବା ଶବନମ୍‌ ଓ ତାଙ୍କ ପ୍ରେମିକ ସଲିମ ଦଣ୍ଡରୁ ମୁକ୍ତି ପାଇବା ପାଇଁ ରିଭ୍ୟୁ ପିଟିଶନ ଦାଏର କରିଥିଲେ। ଏହାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ଉପରୋକ୍ତ ମତ ରଖିଛନ୍ତି। ସଲିମ ଓ ଶବନମ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା ଓ ଉଭୟେ ବିବାହ କରିବାକୁ ଚାହୁଁଥିଲେ। ତେବେ ଶବନମ୍‌ଙ୍କ ପରିବାର ଏହାକୁ ବିରୋଧ କରିଥିଲେ। ଫଳରେ ୨୦୦୮ ଏପ୍ରିଲ ୧୫ରେ ଉଭୟେ ମିଶି ଶବନମ୍‌ଙ୍କ ପରିବାରର ୭ ଜଣ ସଦସ୍ୟଙ୍କୁ ହତ୍ୟା କରିଥିଲେ। ମାମଲାର ବିଚାର କରି ସେସନ୍ସ କୋର୍ଟ ସେମାନଙ୍କୁ ମୃତ୍ୟୁଦଣ୍ଡାଦେଶ ଶୁଣାଇଥିଲେ। ୨୦୧୦ରେ ଆଲ୍ଲାହାବାଦ ହାଇକୋର୍ଟ ଓ ୨୦୧୫ରେ ସର୍ବୋଚ୍ଚ ଅଦାଲତ ଏହାକୁ କାଏମ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ

କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

ଆସାମରେ ବନ୍ୟା ବିଭୀଷିକା

ଗୁଆହାଟୀ,୨୧ା୭: ଉପର ଆସାମରେ ବନ୍ୟା ସ୍ଥିତି ଉତ୍କଟ ହୋଇଛି। ୭ ଜିଲାରେ ୫୭,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଚା’ ବଗିଚାଗୁଡ଼ିକ ପାଣିରେ ବୁଡ଼ିଯାଇଛି। ଲଗାଣ ବର୍ଷା…

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାଗିଲେ ଏସବୁ ରିପୋର୍ଟ

ନୂଆଦିଲ୍ଲୀ,୨୧ା୭: ଅନଶନରତ ଆକ୍ଟିଭିଷ୍ଟ ସୋନମ୍‌ ଓ୍ବାଙ୍ଗ୍‌ଚୁକ୍‌ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଆଙ୍ଗ୍‌ମୋ କରିଥିବା ଆବେଦନ ଉପର ଦିଲ୍ଲୀ ହାଇକୋର୍ଟ ସୋମବାର ସଫଦରଜଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri