ଭଲି ଖେଳରୁ ଗୋଷ୍ଠୀ ସଂଘର୍ଷ: ୨୧ ଆହତ, ୧୧ ଗିରଫ

ଆର.ଉଦୟଗିରି,୨୬ା୪(ଡି.ଏନ.ଏ.)- ଆର୍‌.ଉଦୟଗିରି ଥାନା ଖମାରିସାହି ଗ୍ରାମରେ ଭଲିଖେଳକୁ ନେଇ ଶନିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨୧ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଚନ୍ଦ୍ରଗିରି, ଆର.ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ଗ୍ରାମର ଏକ ଜମିରେ ଗୁରୁବାର ସଂଖ୍ୟାଲଘୁ ସମ୍ପ୍ରଦାୟ ସାହିର କେତେଜଣ ପିଲା ଭଲି ଖେଳୁଥିବାବେଳେ ଲକ୍‌ଡାଉନ ଯୋଗୁ ନ ଖେଳିବାକୁ ଅନ୍ୟଏକ ଗୋଷ୍ଠୀର ଲୋକେ କହିଥିଲେ। ମାତ୍ର ସେମାନେ ମାନି ନ ଥିଲେ। ଶନିବାର ସକାଳୁ ନେଟ୍‌ କଟାଯାଇଥିବାରୁ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ଓ ପରେ ପଥର ଫିଙ୍ଗା ସହ ସଂଘର୍ଷ ଘଟିଥିଲା। ପରିସ୍ଥିତି ଉତ୍ତେଜନା ଥିବାରୁ ଗ୍ରାମରେ ପୋଲିସ ମୁତୟନ କରାଯାଇଛି। ୧୫ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ପୋଲିସ ଉଠାଇ ନେଇ ଥାନାରେ ଅଟକ ରଖିଛି। ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି, ସ୍ଥାନୀୟ ସରପଞ୍ଚ ଓ ଉଭୟ ଗୋଷ୍ଠୀର ବୁଦ୍ଧିଜୀବୀ ପହଞ୍ଚତ୍ ଆଲୋଚନା ଚାଲିଛି। ଉଭୟ ପକ୍ଷର ଅଭିଯୋଗକ୍ରମେ ନଂ.୩୨ ଓ ୩୩/୨୦ରେ ଦୁଇଟି ମାମଲା ରୁଜୁକରାଯାଇ ୧୧ ଜଣଙ୍କୁ କୋର୍ଟ ଗିରଫ କରାଯାଇଥିବା ଥାନା ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri