Posted inଖେଳ

ଭଲିବଲ୍‌ ଖେଳିଲେ ଧୋନୀ

ନୂଆଦିଲ୍ଲୀ, ୫ା୮ (ପି.ଟି.)- ଭାରତର ଦୁଇ ଥର ବିଶ୍ୱକପ୍‌ ବିଜୟୀ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ରବିବାର ଟେରିଟୋରିଆଲ ଆର୍ମିରେ ତାଙ୍କ ବାଟାଲିୟନ ସହିତ ଭଲିବଲ ଖେଳୁଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା। ଧୋନୀ ବର୍ତ୍ତମାନ ଦୁଇ ମାସ କ୍ରିକେଟରୁ ଛୁଟି ନେଇଛନ୍ତି। ଜୁଲାଇ ୩୧ରୁ ସେ ୟୁନିଫର୍ମରେ ଅଛନ୍ତି। ପାଟ୍ରୋଲିଂ, ଗାର୍ଡ ଏବଂ ପୋଷ୍ଟରେ ଡ୍ୟୁଟି କରୁଛନ୍ତି। ଭିଡିଓଟି ସୋସିଆଲ ମିଡିଆରେ ପ୍ରସାରିତ ହେବାରେ ଲାଗିଛି। ଏହି ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କ ନେତୃତ୍ୱରେ ଭାରତ କ୍ରିକେଟ ମଇଦାନରେ ବହୁ ସ୍ମରଣୀୟ ସଫଳତା ହାସଲ କରିଛି। ସେ ଟେରିଟୋରିଆଲ ଆର୍ମିର ପାରାଚୁଟ୍‌ ରେଜିମେଣ୍ଟରେ ଅବୈତନିକ ଲ୍ୟୁଟନାଣ୍ଟ କଲୋନେଲ ପଦବୀରେ ଅଛନ୍ତି। ଚଳିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସୀମିତ ଓଭର ବିଶିଷ୍ଟ ସିରିଜରେ ଧୋନୀ ଭାରତୀୟ ଦଳର ଅଂଶ ବିଶେଷ ନାହାନ୍ତି। ଧୋନୀଙ୍କ ବାଟାଲିୟନ ଭିକ୍ଟର ଫୋର୍ସର ଅଂଶ ଭାବେ ଦକ୍ଷିଣ କଶ୍ମୀରରେ ମୁତୟନ ହୋଇଛି। ପୂର୍ବତନ ଅଧିନାୟକଙ୍କୁ ୨୦୧୧ରେ ଅବୈତନିକ ଲ୍ୟୁଟନାଣ୍ଟ କଲୋନେଲ ପଦବୀ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri