ବ୍ରହ୍ମପୁର ଅଫିସ,୧୮ା୯-ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଭାବିନୀପୁର ଗ୍ରାମରେ ଗତ ୧୫ ତାରିଖ ରାତିରେ ଗଣେଶ ମୂର୍ତ୍ତି ଭାଷାଣି ବେଳେ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଫେରାର ଥିବା ୭ ଅଭିଯୁକ୍ତଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେମାନେ ହେଲେ ଭଗବାନ ରାଉଳ, ଲକ୍ଷ୍ମଣ ରାଉଳ, ଜିତେନ୍ଦ୍ର ରାଉଳ, ସୂର୍ଯ୍ୟ ରାଉଳ, ବଳରାମ ରାଉଳ, କାଳିଆ ରାଉଳ ଓ ରାକେଶ ପାତ୍ର। ପୋଲିସ ସେମାନଙ୍କଠାରୁ ଘଟଣାବେଳେ ବ୍ୟବହୃତ ଶାବଳ ଓ ଧାରୁଆ ଅସ୍ତ୍ର ଜବତ କରିଛି। ମାମଲା ନଂ.୨୩୬/୧୯ରେ ଅଭିଯୁକ୍ତମାନଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ସଦର ଏସ୍ଡିପିଓ ଜୟନ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି।
ପ୍ରକାଶ ଯେ, ଗତ ୧୫ ତାରିଖ ରାତିରେ ଭଷାଣି ପାଇଁ ରାଉଳ ସାହିର କେତେକ ଯୁବକ ଗଣେଶ ମୂର୍ତ୍ତିକୁ ପଟୁଆରରେ ନେଉଥିଲେ। ତେବେ କୌଣସି କାରଣରୁ ଅରକ୍ଷିତ ଦାସ ସେଠାରେ ଝଗଡା କରିଥିଲେ। ପରେ ଉପରୋକ୍ତ ଅଭିଯୁକ୍ତମାନେ ବିଭିନ୍ନ ମାରଣାସ୍ତ୍ରରେ ଅରକ୍ଷିତଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ଅରକ୍ଷିତଙ୍କ ମା’ ସନ୍ତୋସିନୀ ଥାନାରେ ଅଭିଯୋଗ କରିଥିଲେ।
Posted inHome, ଆମ ଜିଲା ଖବର, ଗଞ୍ଜାମ View All
ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା
ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…
ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା
ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…
ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍ରେ ଅଛନ୍ତି ଏମାନେ..
ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…
ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍
ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…
କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”
ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…
ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ
ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…
କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ
ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ
ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

