ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ

ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଭାଇ ସହ ମିଶି ତାଙ୍କୁ ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା କରିବା ପରେ ଉଭୟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ କେଶ ନମ୍ବର ୧୯୬/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ମୃତ ଟୁଲୁ ପ୍ରଧାନ ଭୁବନେଶ୍ୱରରେ ରହି ଚାକିରି କରୁଥିଲେ। ଏଠାରେ ଅନ୍ୟ ଜଣେ ମହିଳାଙ୍କ ସହ ସମ୍ପର୍କ ରଖିଥିବା ନେଇ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗିରହୁଥିଲା। ଅଧିକାଂଶ ସମୟରେ ସ୍ତ୍ରୀଙ୍କୁ ମାରପିଟ କରୁଥିଲେ ଟୁଲୁ। ଏଥିରେ ଅତିଷ୍ଟ ହୋଇ ଗତ ବୁଧବାର ରାତିରେ ଭାଇଙ୍କ ସହ ମିଶି ସ୍ବାମୀଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା ପରେ ମୃତଦେହ ଗୋଟିଏ ଅଖାରେ ଭର୍ତ୍ତି କରି ଭାଇଭଉଣୀ ଥାନାରେ ପହଞ୍ଚି ଆତ୍ମସମର୍ପଣ କରିଛନ୍ତି। ଘଟଣାରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଏହାସହ ସାଇଣ୍ଟିଫିକ୍‌ ଦଳ ସହ ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିବା ସହ କଟୁରୀ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri