ଭାଇଚାରା ବଜାୟ ରଖିବା ଉପରେ ଗୁରତ୍ୱ

ଲୋଇସିଂହା,୪।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ଅନ୍ତର୍ଗତ ସେମେଲମୁଣ୍ଡା ଗ୍ରାମର ନେତାଜୀ ଯୁବକସଂଘ ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଗୋବର୍ଦ୍ଧନ ଭୋଇ ସଭାରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ଶିକ୍ଷକ ଜ୍ୟୋତିରଞ୍ଜନ ସା, ସତ୍ୟନାରାୟଣ ଭୋଇ, ରମାକାନ୍ତ ବିଶ୍ୱାଳ, ଗୋପିନାଥ ବିଶି, ନାରାୟଣ ଭୋଇ, ଲାଲମନ ନାଗ, କୁନା ଭୋଇ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ ଏକକ ଓ ଦଳଗତ ନୃତ୍ୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଦଳଗତ ନୃତ୍ୟରେ ଲୋଇସିଂହାର ଅଜିତ ଡୁଙ୍ଗରି ଏବଂ ଟଟିଲାଗଡର ଥ୍ରିଷ୍ଟାଇଲର ପାର୍ଟି ଯୋଗଦେଇ ନୃତ୍ୟ ପ୍ରଦର୍ଶନ କରିଥିଲେ । ପରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଗୋବର୍ଦ୍ଧନ ଭୋଇ ଏବଂ ଫଗନୁ ଭୋଇ ସଭା ପରିଚାଳନା କରିଥିଲେ । ଜୀବର୍ଦ୍ଧନ ଭୋଇ, ମନୁଆ ମଟାରି, ସାନ୍ତନୁ ଭୋଇ ଜୟରାମ ପ୍ରମୁଖ ଏଥିରେ ସହଯୋଗ କରିଥିଲେ ।
ସେହିପରି ଲୋଇସିଂହା ଥାନା ଅନ୍ତର୍ଗତ ସାନଟିକା ଗ୍ରାମ ଆଜାଦ ୟୁଥ୍‌ କ୍ଲବ ଏବଂ ଗଣେଶ ପୂଜା କମିଟି ମିଳିତ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ କ୍ଷେତ୍ରବାସୀ ନାୟକ ଅଧ୍ୟକ୍ଷତା କରିଥିଲେ । ଏଥିରେ ଶିକ୍ଷକ ସନ୍ତୋଷ କୁମାର ସାହୁ, କହ୍ନେଇ ପଧାନ, ହଳଧର ପାତ୍ର, ଏବଂ ସୌକିଲାଲ ସାହୁ ଅତିଥିଭାବେ ଯୋଗଦେଇଥିଲେ । ଅତିଥିମାନେ କୃଷିଭିତ୍ତିକ ପର୍ବ ନୂଆଁଖାଇ ସମ୍ପର୍କରେ ଆଲୋକପାତ କରିବା ସହ ଗାଁରେ ଭାଇଚାର ବଜାୟ ରଖିବାକୁ ଗୁରୁତ୍ୱାରୋପ କରିଥିଲେ । ଏହି ଅବସରରେ ଆୟୋଜିତ ଗୀତ ଓ ନୃତ୍ୟ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ସୀମା ପଧାନ, ପ୍ରତିଜ୍ଞା ନାଏକ, ଅଞ୍ଜୁ ପଧାନ, ପ୍ରିୟା ପଧାନ, ସୁନୀତା ଭୋଇ, ପୂଜା ପଧାନ, ମନୀଷା ଜୁଏଡ, ପ୍ରାଚିରାଣୀନାଏକ, ପ୍ରତିକ୍ଷା ପଧାନ, ରିୟା ପଧାନ, ଛବିରାଣୀ ଛତ୍ରିଆ ଓ ଇନ୍ଦ୍ରମଣୀ ଜୁଏଡଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଛାତ୍ରୀ ମୌସୁମୀ ପଧାନଙ୍କୁ ସ୍ବତନ୍ତ୍ରଭାବେ ପୁରସ୍କୃତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri