ଭାଇଚାରାର ବାର୍ତ୍ତା ନେଇ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଲେ

ଅଜମେର,୧୯।୧: ଦେଶରେ ସାମ୍ପ୍ରଦାୟିକ ସଦ୍‌ଭାବ ଏବଂ ଭାଇଚାରା ଜାରି ରଖିବା ପାଇଁ ଅଜମେରର ସୁଫିଆ ଖାଁ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ସୁଫିଆ ୧୦୦ ଦିନରେ ୪ ହଜାର ୩୫ କିମି ଦୌଡ଼ିବା ଲାଗି ଯୋଜନା କରିଥିଲେ। ତେବେ ୮୭ ଦିନରେ ସେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିଥିଲେ। ଏହି ଯାତ୍ରା ସମୟରେ ସେ ଦେଶର ୨୨ଟି ରାଜ୍ୟର ବିଭିନ୍ନ ସହର ମଧ୍ୟ ଦେଇ ଯାଇଥିଲେ। ପ୍ରତି ସହରରେ ସୁଫିଆ ଭାଇଚାରାର ବାର୍ତ୍ତା ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ। ସୁଫିଆଙ୍କ ‘ରନ୍‌ ଫର୍‌ ହୋପ୍‌’ ଯାତ୍ରାକୁ ଲୋକେ ବେଶ୍‌ ପସନ୍ଦ କରିଥିଲେ। ଏବେ ସୁଫିଆଙ୍କ ଏହି ଭାଇଚାରା ପାଇଁ ଦୌଡ଼ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସୁଫିଆ ପୂର୍ବରୁ ଏକ ଏୟାର ଲାଇନ୍ସ୍‌ କମ୍ପାନୀରେ ଚାକିରି କରୁଥିଲେ। ତେବେ ଦୌଡ଼ ପ୍ରତି ଥିବା ନିଜର ଭଲ ପାଇବା ଯୋଗୁ ସେ ଚାକିରି ମଧ୍ୟ ଛାଡ଼ି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri