Posted inଫୁରସତ

ଭାଙ୍ଗିଗଲା ପରି ଲାଗେ ଏହି ଆସବାବପତ୍ର

କେଉଁ ଆଲମାରୀ ଫାଟିଯାଇଛି ତ କେଉଁଟି ମଝିରୁ ଦୁଇଫାଳ ହେଇଛି। ଆଉ କାହାର ମଝିରେ କିଛି ବାଜି କଣା ହୋଇଯାଇଛି। ଏହିସବୁ ଆଲମାରୀ ଦେଖିବାକୁ ଏହିଭଳି ଭଙ୍ଗା ଫଟା। କିନ୍ତୁ ବାସ୍ତବରେ ସେଇୟା ନୁହେଁ। ଭଙ୍ଗା ଦେଖାଯାଉଥିଲେ ହେଁ ଏସବୁ କାର୍ଯ୍ୟକ୍ଷମ। ଏହାର ଡ୍ର’ ଗୁଡ଼ିକ ଠିକ୍‌ ଥାଏ। ନ୍ୟୁଜିଲାଣ୍ଡ, ଅକ୍‌ଲାଣ୍ଡର ଅବସରପ୍ରାପ୍ତ କାର୍ପେଣ୍ଟର ହେକ୍‌ ଭେରୋହେଫ ଏହି ଆସବାବପତ୍ର ତିଆରି କରିଛନ୍ତି। ସେ କହନ୍ତି, ”କାଠର ଆସବାବକୁ ଏଭଳି ଲୁକ୍‌ ଦେବା ବହୁ କଷ୍ଟକର। ତେଣୁ ଗୋଟିଏ ଆସବାବ ତିଆରି ପାଇଁ ମତେ ଅନେକ ସମୟ ଲାଗେ। ତଥାପି ମତେ ଏଭଳି ଅଜବ ଆସବାବ ତିଆରି କରିବାକୁ ବହୁତ ଭଲ ଲାଗେ।“ ହେକ୍‌ଙ୍କ ଝିଅ ବାପା ତିଆରି କରିଥିବା ଆସବାବପତ୍ରର ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଆଉ ତାହା ଭାଇରାଲ ହୋଇଗଲା। ଏବେ ତାଙ୍କ ତିଆରି ଆସବାବପତ୍ର ଲୋକେ କିଣିବାକୁ ଚାହୁଁଥିଲେ ହେଁ ସେ ଏସବୁ ବିକ୍ରି କରିବାକୁ ଚାହାନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ନିଆରା ଟ୍ରେନ: ଲାଲ୍‌ ସିଗ୍‌ନାଲ୍‌ ନୁହେଁ, ହାତରେ ଯାଏ ଅଟକି

ପ୍ରତିଦିନ ହଜାର ହଜାର ଟ୍ରେନ ଦେଶସାରା ସିଗନାଲ ଅନୁସାରେ ଚାଲିଥାଏ। ସିଗନାଲ ଗ୍ରୀନ୍‌ ହେଲେ ଆରମ୍ଭ ହୁଏ ଏବଂ ସିଗନାଲ ଲାଲ ହେଲେ ବନ୍ଦ ହୋଇଯାଏ। ଭାରତରେ…

ଭାରତର ପ୍ରଥମ ଟ୍ରେନ୍‌, ଜାଣନ୍ତୁ ଏହା ବିଷୟରେ କିଛି ଆକର୍ଷଣୀୟ କଥା…

ଭାରତରେ ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଭାରତରେ ରେଳ ଯାତ୍ରାକୁ ସୁଲଭ ଏବଂ ଆରାମଦାୟକ ବୋଲି ବିବେଚନା କରାଯାଏ। ଏହି କାରଣରୁ ଭାରତୀୟ…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri